ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ

ବାରିପଦା ଅଫିସ,,୧୫।୩ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ବାକରତଳା ହାଇସ୍କୁଲ ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ ହୋଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଚିକିତ୍ସା ଲାଗି ସେମାନଙ୍କୁ ନିକଟସ୍ଥ ତାଟୋ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆହତ ଛାତ୍ରମାନେ ହେଲେ ସିଦ୍ଧାନ୍ତ ନାୟକ, କିଶୋର କୁମାର ମହାନ୍ତ ଏବଂ କେ.କ୍ରିଷ୍ଣା ମହାନ୍ତ। ସୋମବାର ମଧ୍ୟାହ୍ନ ୧୨ଟା ସମୟରେ କ୍ଲାସ ରୁମରେ ୧୦ମ ଶ୍ରେଣୀ ଛାତ୍ରଙ୍କ ଶିକ୍ଷାଦାନ ଚାଲିଥିଲା। ୫-ଟି ଅନ୍ତର୍ଗତ ସ୍କୁଲ ରୂପାନ୍ତରୀକରଣ ଯୋଜନାରେ ନୂଆକରି ନିର୍ମାଣ ହୋଇଥିବା ସ୍ମାର୍ଟ କ୍ଲାସ ଛାତରୁ ହଠାତ୍‌ ସିଲିଂ ଖସିପଡ଼ିଥିଲା। ଫଳରେ ୩ ଛାତ୍ର ଆହତ ହୋଇଥିଲେ। ସିଲିଂ ଖସିବା ନେଇ ପ୍ରଧାନଶିକ୍ଷକ ଡମ୍ବରୁଧର ମହାନ୍ତ ଜିଲା ଶିକ୍ଷାଧିକାରୀ ନବ କିଶୋର ଗିରିଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଜିଲା ଶିକ୍ଷାଧିକାରୀ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ ଆହତ ଛାତ୍ରମାନଙ୍କ ଉତ୍ତମ ଚିକିତ୍ସା ସହ ଓ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ତରବରିଆ ଭାବେ ସ୍କୁଲ ରୂପାନ୍ତରୀକରଣ ନଁାରେ ଅତ୍ୟନ୍ତ ନିମ୍ନମାନର କାର୍ଯ୍ୟ ହୋଇଥିବାରୁ ଛାତ୍ରୀଛାତ୍ରମାନେ ବିପଦ ସଙ୍କୁଳ ଅବସ୍ଥାରେ ପାଠ ପଢ଼ିବାକୁ ବାଧ୍ୟ ହେଉଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri