ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ

ବାରିପଦା ଅଫିସ,,୧୫।୩ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ବାକରତଳା ହାଇସ୍କୁଲ ଶ୍ରେଣୀଗୃହ ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ର ଆହତ ହୋଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଚିକିତ୍ସା ଲାଗି ସେମାନଙ୍କୁ ନିକଟସ୍ଥ ତାଟୋ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆହତ ଛାତ୍ରମାନେ ହେଲେ ସିଦ୍ଧାନ୍ତ ନାୟକ, କିଶୋର କୁମାର ମହାନ୍ତ ଏବଂ କେ.କ୍ରିଷ୍ଣା ମହାନ୍ତ। ସୋମବାର ମଧ୍ୟାହ୍ନ ୧୨ଟା ସମୟରେ କ୍ଲାସ ରୁମରେ ୧୦ମ ଶ୍ରେଣୀ ଛାତ୍ରଙ୍କ ଶିକ୍ଷାଦାନ ଚାଲିଥିଲା। ୫-ଟି ଅନ୍ତର୍ଗତ ସ୍କୁଲ ରୂପାନ୍ତରୀକରଣ ଯୋଜନାରେ ନୂଆକରି ନିର୍ମାଣ ହୋଇଥିବା ସ୍ମାର୍ଟ କ୍ଲାସ ଛାତରୁ ହଠାତ୍‌ ସିଲିଂ ଖସିପଡ଼ିଥିଲା। ଫଳରେ ୩ ଛାତ୍ର ଆହତ ହୋଇଥିଲେ। ସିଲିଂ ଖସିବା ନେଇ ପ୍ରଧାନଶିକ୍ଷକ ଡମ୍ବରୁଧର ମହାନ୍ତ ଜିଲା ଶିକ୍ଷାଧିକାରୀ ନବ କିଶୋର ଗିରିଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଜିଲା ଶିକ୍ଷାଧିକାରୀ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ ଆହତ ଛାତ୍ରମାନଙ୍କ ଉତ୍ତମ ଚିକିତ୍ସା ସହ ଓ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ତରବରିଆ ଭାବେ ସ୍କୁଲ ରୂପାନ୍ତରୀକରଣ ନଁାରେ ଅତ୍ୟନ୍ତ ନିମ୍ନମାନର କାର୍ଯ୍ୟ ହୋଇଥିବାରୁ ଛାତ୍ରୀଛାତ୍ରମାନେ ବିପଦ ସଙ୍କୁଳ ଅବସ୍ଥାରେ ପାଠ ପଢ଼ିବାକୁ ବାଧ୍ୟ ହେଉଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri