ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର

ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର ଛାତ୍ରୀ ଅନୁଷ୍କା ମହାପାତ୍ର, ସାଇଶ୍ରୀ ଶୁଭଶ୍ମିତା ସାହୁ ଓ ସମ୍ବିତ ମୁଣ୍ଡା। ଛାତ୍ରୀଛାତ୍ରମାନେ ଜାପାନର ଶିକ୍ଷା, ସଂସ୍କୃତି, ଆଧୁନିକ ପ୍ରଯୁକ୍ତି ବିଦ୍ୟା ଆଦି ସମ୍ପର୍କରେ ଜ୍ଞାନ ଆହରଣ କରିବେ। ଏ ନେଇ ଜାପାନ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ ମିଳିଛି। ଘଟଣା ପ୍ରଚାର ପରେ ଘଟଗଁା ବ୍ଲକ୍‌ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ପ୍ରକାଶ ଯେ, ମେଟ୍‌ ଲର୍ନ ଇନ୍‌ସ୍ପାୟାର ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଆୟୋଜିତ ଇଣ୍ଡୋ-ଜାପାନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ଅନୁଯାୟୀ ଗତବର୍ଷ ୨୦୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ରାଜ୍ୟର ୮ ଛାତ୍ରୀଛାତ୍ର ପରୀକ୍ଷାରେ ସଫଳତା ପାଇ ଜାପାନ ଯିବା ପାଇଁ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ କୁଡ଼ିପସା ପଞ୍ଚାୟତର ଆଦିବାସୀ ଛାତ୍ର ସମ୍ବିତ ମୁଣ୍ଡା, ଏବଂ ଅନୁଷ୍କା ମହାପାତ୍ର, ସାଇଶ୍ରୀ ଶୁଭସ୍ମିତା ସାହୁ ସ୍ଥାନ ପାଇଛନ୍ତି। ଏପ୍ରିଲ୧୯ ତାରିଖରେ ସେମାନେ ଜାପାନ ଯିବେ ବୋଲି ଆୟୋଜକଙ୍କ ପକ୍ଷରୁ ବିଦ୍ୟାଳୟକୁ ପତ୍ର ମାଧ୍ୟମରେ ଜଣାଇଦିଆଯାଇଛି। ଛାତ୍ରୀଛାତ୍ରମାନେ ସେଠାକାର ଶିକ୍ଷା, ସଂସ୍କୃତି, ବିଜ୍ଞାନ, ଜ୍ଞାନ କୌଶଳ ସାଙ୍ଗକୁ ଆଧୁନିକ ପ୍ରଯୁକ୍ତି ସମ୍ପର୍କରେ ଜ୍ଞାନ ଆହରଣ କରିବେ। ଏଥି ନିମନ୍ତେ ଆବଶ୍ୟକ ସମସ୍ତ ଖର୍ଚ୍ଚ ଜାପାନ ସରକାର ବହନ କରିବେ ବୋଲି ଜଣାପଡ଼ିଛି। ଛାତ୍ରୀଛାତ୍ରମାନେ ଜାପାନରେ ମୋଟ ୭ଦିନ ରହିବାର ବ୍ୟବସ୍ଥା କରାଯାଇଥିବା କୁହାଯାଇଛି। ୭ଦିନ ମଧ୍ୟରେ ଜାପାନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ନୂତନ ଦୃଷ୍ଟିକୋଣ ଓ ଅନ୍ତର୍ଜାତୀୟ ସ୍ତରରେ ନେତୃତ୍ୱ ନେବାର ଦକ୍ଷତା ସୃଷ୍ଟି କରିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri