Posted inଜାତୀୟ

କୁଲଗାମ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ, ୩ ଯବାନ ଆହତ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, କୁଲଗାମ ଜିଲା ନାଗନାଦ ଚିମ୍ମେର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଏହାପରେ ସ୍ଥାନୀୟ ପୋଲିସ, ସେନା ଓ ସିଆର୍‌ଏଫ୍‌ ଯବାନଙ୍କ ମିଳିତ ଉଦ୍ୟମରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇପଡ଼ି ସେମାନଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳିବିନିମୟରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ନିହତ ହୋଇଥିବା ଆତଙ୍କବାଦୀ ଜୈସ-ଏ-ମହମ୍ମଦ ସଂଗଠନର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରୁ ଗୋଟିଏ ଏମ୍‌-୪ ରାଇଫଲ, ଗୋଟିଏ ଏକେ-୪୭, ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ବୋଲି ଡଜିପି ଦିଲବାଗ ସିଂହ ସୂଚନା ଦେଇଛନ୍ତି। ଅପରପକ୍ଷେ ଆଉ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?