Posted inଜାତୀୟ

ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରରେ ଦୁଇ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଏଭଳି ଘଟିଛି। କୁଲଗାମ୍‌ରେ ଲଶ୍କର-ଇ-ତୋଏବାର ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ପୁଲଓ୍ବାମାରେ ୨ ଜଣ ଆତଙ୍କବାଦୀ ସର୍ଚ୍ଚ ଅପରେଶନ୍‌ ସମୟରେ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ ପୋଲିସ, ସିଆର୍‌ପିଏଫ୍‌ ଏବଂ ସେନାବାହିନୀ ଯବାନଙ୍କ ପକ୍ଷରୁ ଏହି ଦୁଇ ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri