ପଞ୍ଚକ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ, ୧୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ବଡ଼ ଏକାଦଶୀ ସୋମବାରଠାରୁ ପଞ୍ଚକ ଆରମ୍ଭ ହେଉଛି। ପଞ୍ଚକ ୫ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହେବ। ଏହି ବେଶ ଦର୍ଶନ ସହ ପଞ୍ଚକ ବ୍ରତ କରିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା କଡ଼ାକଡ଼ି ସହ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବଡ଼ ଏକାଦଶୀରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଓ କାର୍ତ୍ତିକ ପୂର୍ଣ୍ଣିମାରେ ରାଜରାଜେଶ୍ୱର (ସୁନାବେଶ) ଦର୍ଶନ ଲାଗି ଲକ୍ଷାଧିକ ଭକ୍ତ ଶ୍ରୀମନ୍ଦିରକୁ ଆସିଥାନ୍ତି। ତେବେ ଚଳିତ ବର୍ଷ କୋଭିଡ୍‌ କଟକଣାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ବଡ଼ ଏକାଦଶୀ ଓ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଉପରେ କଟକଣା ଲଗାଯାଇଛି। ମାତ୍ର ଅନ୍ୟ ଦିନଗୁଡ଼ିିକରେ ଶ୍ରଦ୍ଧାଳୁମାନେ ପ୍ରଶାସନର କଟକଣା ମାନି ଦାରୁଦିଅଁଙ୍କ ଦର୍ଶନ କରିପାରିବେ। ଏସ୍‌ପି କନଓ୍ବର ବିଶାଲ ସିଂ କହିଛନ୍ତି, ପୋଲିସ ପ୍ରଶାସନ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ଅତିରିକ୍ତ ଏସ୍‌ପି, ୮ ଡିଏସ୍‌ପି, ୨୯ ଇନ୍ସପେକ୍ଟର, ୧୦୨ ଏସ୍‌ଆଇ ଏବଂ ଏଏସ୍‌ଆଇ, ହାବିଲଦାର କନଷ୍ଟେବଳ ଓ ହୋମ୍‌ଗାର୍ଡଙ୍କ ସମେତ ୨୦ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିଭଳି ଟ୍ରାଫିକ ବ୍ୟବସ୍ଥାକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି। ସମୁଦ୍ରକୂଳ, କୋଣାର୍କ, ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଲାଇଫଗାର୍ଡ ଓ ପର୍ଯ୍ୟାପ୍ତ ପୋଲିସ ମୁତୟନ ରହିବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବଡଦାଣ୍ଡ ମରିଚିକୋଟ ଛକଠାରୁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ଦେଇ ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ସେହିପରି ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ସହରର ୪ଟି ସ୍ଥାନରେ ପାର୍କିଂ ସ୍ଥାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri