ପୁତୁଲପାଣି ଛକରେ ପଛକୁ ପଛ ପିଟିହେଲେ ୩ ଟ୍ରକ୍‌

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଏନ୍‌ଏଚ୍‌ ୪୯ ପୁତୁଲପାଣି ଛକ ନିକଟରେ ପଛକୁ ପଛ ପିଟି ହୋଇ ୩ ଟ୍ରକ୍‌ ନଷ୍ଟ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ଜଣାପଡ଼ିଛି। ଉକ୍ତ ସ୍ଥାନରେ ଶନିବାର ସକାଳେ ରାସ୍ତା ଉପରେ ଏକ ଟ୍ରକ ପାର୍କିଂ କରିଥିବାବେଳେ ପଛପଟୁ ଆସୁଥିବା ଅନ୍ୟ ଏକ ଟ୍ରକ ପିଟି ହୋଇଯାଇଥିଲା। ସେହିପରି ପଛପଟୁ ଆସୁଥିବା ଅନ୍ୟ ଏକ ଟ୍ରକ ହଠାତ୍‌ ବ୍ରେକ୍‌ ଦେବାରୁ ରାସ୍ତାକଡ଼ ସୁରକ୍ଷା ବାଡ଼ରେ ପିଟି ହୋଇଥିଲା।

ସୂଚନାଯୋଗ୍ୟ, ଉକ୍ତ ରାସ୍ତା ଉପରେ ବେଆଇନ ଟ୍ରକ ପାର୍କିଂ ଯୋଗୁ ବାରମ୍ବାର ଏପରି ଦୁର୍ଘଟଣା ଘଟୁଥିଲେ ହେଁ କୌଣସି ପଦକ୍ଷେପ ନିଆ ଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଶୁଅକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିକୁ ଶତାଧିକ ଟ୍ରକ ଲୁହାପଥର ନେବା ଆଣିବା ପାଇଁ ଆସୁଥିଲେ ହେଁ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଫଳରେ ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଉକ୍ତ ସ୍ଥାନଟି ହାତୀମାନଙ୍କ ଚଲାପଥ ରହିଛି। ହାତୀଙ୍କ ଯାତାୟତ ପଥ ହୋଇଥିବାରୁ ବହୁ ସଂଖ୍ୟାରେ ଟ୍ରକ ଜାତୀୟ ରାଜପଥରେ ଛିଡ଼ା ହୋଇ ହାତୀଙ୍କ ଯାତାୟାତ ଅବରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri