ଘରେ ପଶି ହାଣିଲେ: ବଡ଼ବୋହୂ ମୃତ, ଶାଶୁ ଓ ସାନବୋହୂ ଗୁରୁତର

ଭଣ୍ଡାରିପୋଖରୀ,୨୫।୨(ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦେଓପଦା(ମେଘା) ଗ୍ରାମରେ ମଙ୍ଗଳବାର ଏକ ବର୍ବର କାଣ୍ଡ ଘଟିଛି। ଘରେ ପଶି ଜଣେ ଦୁର୍ବୃତ୍ତ ମାରଣାସ୍ତ୍ରରେ ଶାଶୁ ଓ ଦୁଇ ବୋହୂଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣରେ ବଡ଼ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ସାନବୋହୂ ଓ ଶାଶୁ ଗୁରୁତର ହୋଇଛନ୍ତି। ତେବେ କେଉଁ କାରଣରୁ ଏପରି ଆକ୍ରମଣ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।

ମିଳିଥିବା ସୂଚନା ମୁତାବକ, ନବକିଶୋର ସାହୁଙ୍କ ପରିବାର ଦେଓପଦାରୁ ମେଘାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତାର ଖେଳପଡ଼ିଆ ନିକଟରେ ଏକ ଘର କରି ବସବାସ କରୁଛନ୍ତି। ନବକିଶୋରଙ୍କର ୩ ପୁଅଙ୍କ ମଧ୍ୟରୁ ସାନପୁଅ ଅବିବାହିତ ଓ ବାହାରେ ରହୁଛନ୍ତି। ଅନ୍ୟ ବିବାହିତ ୨ ପୁଅ ମଞ୍ଜୁରୀରୋଡ ବଜାରରେ ଥିବା ଦୋକାନରେ ନିୟୋଜିତ ଅଛନ୍ତି।

ମଙ୍ଗଳବାର ସନ୍ଧ୍ୟାରେ ଶାଶୁ ଓ ଦୁଇ ବୋହୂ ଘରେ ଥିଲେ। ସେତିକିବେଳେ ପୂର୍ବ ପରିଚିତ ଜଣେ ଦୁର୍ବୃତ୍ତ ମାରଣାସ୍ତ୍ର ଧରି ତାଙ୍କ ଘର ଭିତରକୁ ଅତର୍କିତ ପଶି ଆସିଥିଲେ। ପରେ ସେ ମହିଳାମାନଙ୍କୁ ଧମକଚମକ ଦେଇଥିଲେ। ଜଣେ ନବକିଶୋରଙ୍କୁ ଫୋନ୍‌ ଯୋଗେ ଏକଥା ଜଣାଇ ଘରକୁ ଆସିବାକୁ ଡାକିଥିଲା।

ଏଥିରେ ଉତ୍‌କ୍ଷିପ୍ତ ହୋଇ ଦୁର୍ବୃତ୍ତ ଜଣକ ଶାଶୁ ଓ ବୋହୂଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଶାଶୁ ବୋହୂ ୩ଜଣ ଗୁରୁତର ହୋଇଛନ୍ତି। ନବକିଶୋର ଘରେ ପହଞ୍ଚି ପଡୋଶୀଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ସମସ୍ତଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସନ୍ତୋଷଙ୍କ ସ୍ତ୍ରୀ ତଥା ବଡ଼ ବୋହୂ ଝୁନୁଲତା(୨୮)ଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଶାଶୁ କନକଲତା(୫୫) ଓ ସାନ ବୋହୂ ସସ୍ମିତା(୨୭)ଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଛି।

କନକଲତାଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଆକ୍ରମଣ କରିଥିବା ଦୁର୍ବୃତ୍ତ ଜଣକ ନବକିଶୋରଙ୍କ ଦୋକାନରେ ପୂର୍ବରୁ କାମ କରୁଥିଲେ ବୋଲି ଜଣାପଡିଛି। ଖବର ପାଇ ପୋଲିସ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri