ପାଇଖାନା ଟାଙ୍କିରେ ଗଲା ୩ ଶ୍ରମିକଙ୍କ ଜୀବନ

ରାୟଗଡା ଅଫିସ/ଟିକିରି(ଡି.ଏନ୍‌.ଏ.), ୧୮।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ପଞ୍ଚାଳି ଗ୍ରାମରେ ପାଇଖାନା ଟାଙ୍କି କାମ କରିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ ପଣସପଦର ଗାଁର ଗୋବିନ୍ଦ କୁମ୍ଭାର(୨୫), ପଞ୍ଚାଳି ଗାଁର ସୀମା ମାଝି(୨୫)। ଅନ୍ୟ ଜଣେ ମୃତକଙ୍କ ପରିଚୟ ମିଳିନାହିଁ। ତାଙ୍କ ଘର କଂସାରିଗୁଡ଼ା ଗ୍ରାମରେ ବୋଲି ଜଣାପଡିଛି।

ସୂଚନାନୁଯାୟୀ, ପଞ୍ଚାଳି ଗ୍ରାମର ଜଗବନ୍ଧୁ ଗରଡ଼ାଙ୍କ ଘରେ ନୂଆ ପାଇଖାନା ଟାଙ୍କି ତିଆରି ହୋଇଥିଲା। ସୋମବାର ସ୍ଲାବ୍‌ ଫଲ୍‌ସ ଛଡ଼ାଇବା ପାଇଁ ଟାଙ୍କି ଭିତରକୁ ଶ୍ରମିକମାନେ ଯାଇଥିଲେ। ହେଲେ ଶ୍ରମିକମାନେ ଦୀର୍ଘ ସମୟ ଧରି ବାହାରକୁ ଆସି ନ ଥିଲେ। ସନ୍ଦେହ ହେବାରୁ ପାଖରେ କାମ କରୁଥିବା ଅନ୍ୟ ଜଣେ ଶ୍ରମିକ ରାଜାରାଓ ଟାକ୍ରି ଟାଙ୍କି ଭିତରକୁ ଅନାଇଥିଲେ। ଟାଙ୍କି ଭିତରୁ କିଛି ଦେଖା ଯାଉ ନ ଥିବାବେଳେ ସେ ହଠାତ୍‌ ଅଚେତ ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ରାଜାରାଓଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଟିକିରି ଡାକ୍ତରଖାନାକୁ ନେଇଥିଲେ। ଖବର ପାଇ ଟିକିରି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ। ଟାଙ୍କି ଭିତରେ ଅମ୍ଲଜାନର ଅଭାବ ରହିଥିବା ଜଣାପଡିଥିଲା। ପାଖରେ ଅତ୍ୟାଧୁନିକ ଉପକରଣ ନ ଥିବାରୁ ଅଗ୍ନିଶମ ବାହିନୀ ଟାଙ୍କି ଭିତରକୁ ଯାଇପାରି ନ ଥିଲେ। ରାୟଗଡ଼ାରୁ ଉପକରଣ ଆସିବା ପରେ ଟାଙ୍କି ଭିତରକୁ ଯାଇ ମୃତଦେହ ବାହାର କରାଯିବ ବୋଲି ସୂଚନା ମିଳିଛି। ଟିକିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri