ପାଇଖାନା ଟାଙ୍କିରେ ଗଲା ୩ ଶ୍ରମିକଙ୍କ ଜୀବନ

ରାୟଗଡା ଅଫିସ/ଟିକିରି(ଡି.ଏନ୍‌.ଏ.), ୧୮।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ପଞ୍ଚାଳି ଗ୍ରାମରେ ପାଇଖାନା ଟାଙ୍କି କାମ କରିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ ପଣସପଦର ଗାଁର ଗୋବିନ୍ଦ କୁମ୍ଭାର(୨୫), ପଞ୍ଚାଳି ଗାଁର ସୀମା ମାଝି(୨୫)। ଅନ୍ୟ ଜଣେ ମୃତକଙ୍କ ପରିଚୟ ମିଳିନାହିଁ। ତାଙ୍କ ଘର କଂସାରିଗୁଡ଼ା ଗ୍ରାମରେ ବୋଲି ଜଣାପଡିଛି।

ସୂଚନାନୁଯାୟୀ, ପଞ୍ଚାଳି ଗ୍ରାମର ଜଗବନ୍ଧୁ ଗରଡ଼ାଙ୍କ ଘରେ ନୂଆ ପାଇଖାନା ଟାଙ୍କି ତିଆରି ହୋଇଥିଲା। ସୋମବାର ସ୍ଲାବ୍‌ ଫଲ୍‌ସ ଛଡ଼ାଇବା ପାଇଁ ଟାଙ୍କି ଭିତରକୁ ଶ୍ରମିକମାନେ ଯାଇଥିଲେ। ହେଲେ ଶ୍ରମିକମାନେ ଦୀର୍ଘ ସମୟ ଧରି ବାହାରକୁ ଆସି ନ ଥିଲେ। ସନ୍ଦେହ ହେବାରୁ ପାଖରେ କାମ କରୁଥିବା ଅନ୍ୟ ଜଣେ ଶ୍ରମିକ ରାଜାରାଓ ଟାକ୍ରି ଟାଙ୍କି ଭିତରକୁ ଅନାଇଥିଲେ। ଟାଙ୍କି ଭିତରୁ କିଛି ଦେଖା ଯାଉ ନ ଥିବାବେଳେ ସେ ହଠାତ୍‌ ଅଚେତ ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ରାଜାରାଓଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଟିକିରି ଡାକ୍ତରଖାନାକୁ ନେଇଥିଲେ। ଖବର ପାଇ ଟିକିରି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ। ଟାଙ୍କି ଭିତରେ ଅମ୍ଲଜାନର ଅଭାବ ରହିଥିବା ଜଣାପଡିଥିଲା। ପାଖରେ ଅତ୍ୟାଧୁନିକ ଉପକରଣ ନ ଥିବାରୁ ଅଗ୍ନିଶମ ବାହିନୀ ଟାଙ୍କି ଭିତରକୁ ଯାଇପାରି ନ ଥିଲେ। ରାୟଗଡ଼ାରୁ ଉପକରଣ ଆସିବା ପରେ ଟାଙ୍କି ଭିତରକୁ ଯାଇ ମୃତଦେହ ବାହାର କରାଯିବ ବୋଲି ସୂଚନା ମିଳିଛି। ଟିକିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri