ଟ୍ରେନ୍‌ ଧକ୍କାରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ, ବର୍ତ୍ତିଗଲେ ୪

ଗୋପାଳପୁର,୩୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ଗ୍ରାମ ରେଳ ଫାଟକଠାରେ ରବିବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ଟ୍ରେନ ଧକ୍କାରେ ୩ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି। ମୃତକମାନେ ଛତିଶଗଡ଼ ରାଜ୍ୟର ବିଳାସପୁର ଟିକାରି ଥାନା ବେଦପ୍ରସାଦ ଗ୍ରାମର ବାପା ଲଖନୋ କଓ୍ବେର୍ତ୍ତା, ପୁଅ ଜଗେଶ୍ୱର କଓ୍ବେର୍ତ୍ତା ଓ ଅନ୍ୟ ଜଣେ ଲୋକେଶ୍ୱର କଓ୍ବେର୍ତ୍ତା ବୋଲି ଜଣାପଡ଼ିଛି।

ସୂଚନାନୁସାରେ, ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଛକଠାରୁ ଗିରିସୋଲା ପର୍ଯ୍ୟନ୍ତ ଉନ୍ନତିକରଣ କାର୍ଯ୍ୟ ଚାଲୁ ରହିଛି। ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋ ନଗର ନିକଟରେ ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି କାର୍ଯ୍ୟର କିଛି ଅଂଶ ଭୋଟ୍‌ ଏସୋସିଏଟସ୍‌ କମ୍ପାନୀ କରୁଥିଲା। ଛତିଶଗଡ଼ ରାଜ୍ୟ ବିଳାସପୁର ଅଞ୍ଚଳରୁ କିଛି ଶ୍ରମିକଙ୍କୁ ଆଣି ଏହି କାର୍ଯ୍ୟରେ ନିୟୋଜିତ କରିଥିଲା କମ୍ପାନୀ। ତେବେ ରବିବାର ରାତିରେ ୭ ଜଣ ଶ୍ରମିକ ନିଜ ରାଜ୍ୟକୁ ଫେରିଯିବା ଉଦ୍ଦେଶ୍ୟରେ ରେଳ ଧାରଣାରେ ଚାଲିଚାଲି ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ଏହି ସମୟରେ ସାପ୍ତାହିକ ବିଶାଖାପାଟଣା-ଟାଟାନଗର ସ୍ପେଶାଲ ଟ୍ରେନ ପଛପଟୁ ଆସୁଥିଲା। ଟ୍ରେନ ଆସୁଥିବା ଜାଣି ରେଳ ଫାଟକର ଗେଟ୍‌ମ୍ୟାନ ପାଟି କରିଥିଲେ। ଏହି ସମୟରେ ତିନିଜଣଙ୍କୁ ଟ୍ରେନ ଧକ୍କା ଦେବାରୁ ସେମାନେ ୨୦୦ ମିଟର ଦୂରତାରେ ଛିଟିକି ହୋଇପଡ଼ିଥିଲେ।

ସୌଭାଗ୍ୟବଶତଃ ୪ ଜଣ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଏଭଳି ଭୟଙ୍କର ଦୁର୍ଘଟଣା ଦେଖି ବର୍ତ୍ତିଯାଇଥିବା ଶ୍ରମିକମାନେ ସେଠାରୁ ଚାଲି ଯାଇଥିଲେ। ଖବର ପାଇ ସୋମବାର ବ୍ରହ୍ମପୁର ଜିଆରପି ଓ ଆର୍‌ପିଏଫ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ବ୍ରହ୍ମପୁର ଜିଆରପି ପୋଲିସ ୩ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ଘଟଣାସ୍ଥଳରୁ ଏକ ମୋବାଇଲ ମଧ୍ୟ ମିଳିଛି। ଏନେଇ ଜିଆରପି ଥାନା ପୋଲିସ ୪୯/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମୃତକଙ୍କ ପରିବାର ଲୋକ ପହଞ୍ଚିଲେ ପରିଚୟ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?