ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ ।
ସୂଚନା ଅନୁଯାଇ, ବୁଧବାର କେନ୍ଦୁଝର, ବଡ଼ବିଲ ଓ ଚମ୍ପୁଆ ଅଞ୍ଚଳର ୧୩ ଜଣ ଯୁବକ ଏକା ସାଙ୍ଗେ ମାଲ୍ୟଗିରି ପାହାଡକୁ ଚଢ଼ିଥିଲେ । କିଛି ବାଟ ଯିବାପରେ ୬ ଜଣ ତଳକୁ ଫେରି ଆସିଥିଲେ। ଅନ୍ୟ ୭ ଜଣ ଯୁବକ ଉପରକୁ ଯାଇଥିଲେ । ତେବେ ସେମାନଙ୍କ ମଧ୍ୟରୁ୪ ଜଣ ଯୁବକ ବୁଧବାର ସନ୍ଧ୍ୟାରେ ତଳକୁ ଉହ୍ଲାଇ ଆସିଯାଇଥିବା ବେଳେ ଅନ୍ୟ ୩ଜଣ ଯୁବକ ରାସ୍ତା ଭୁଲି ପାହାଡ଼ ଭିତରେ ଫସି ରହିଥିଲେ । ତଳକୁ ଓହ୍ଲାଇ ଥିବା ସାଙ୍ଗମାନଙ୍କୁ ଫୋନ କରି ଫସି ରହିଥିବା ସୂଚନା ଦେଇଥିଲେ । ଗୁରୁବାର ସକାଳୁ ୧୧୨କୁ ସୂଚନା ଦେବା ପରେ ଉକ୍ତ ୩ ଯୁବକଙ୍କୁ ଉଦ୍ଧାର ପାଇଁ ପାଳଲହଡା ଅଗ୍ନିଶମ ବାହିନୀ ପାହାଡ ଉପରକୁ ଯାଇଥିଲା । ପାଖାପାଖି ୭ କିଲୋମିଟର ପାହାଡ ଉପରେ ଏକ ଚଟାଣ ମଝିରେ ୨୫ ଫୁଟ ଖାଇରେ ଯୁବକମାନେ ଫସି ରହିଥିଲେ । ତାଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାବେ ତଳକୁ ଅଣାଯାଇଛି । ଘଟଣା ସ୍ଥଳରେ ପାଳଲହଡା ଥାନା ଅଧିକାରୀ ଉପସ୍ଥିତ ଥିଲେ । ଏହି ଘଟଣା ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri