ଆଖିକୁ ବାଲି ଫିଙ୍ଗିଲେ, ଖୁରରେ କାଟିଲେ

ପରଜଙ୍ଗ, ୨୩।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଘଟାଇ ଚାଲିଛନ୍ତି ଗୋଟିଏ ପରେ ଗୋଟିଏ ଅପରାଧ। ପୋଲିସ କେବଳ ତଦନ୍ତ ଚାଲିଛି କହି ପ୍ରସଙ୍ଗକୁ ହାଲୁକା ଭାବେ ନେଉଥିବାବେଳେ ଅଞ୍ଚଳବାସୀ ଅସୁରକ୍ଷିତ ଅନୁଭବ କଲେଣି, ଯାହାକୁ ନେଇ ପୋଲିସ ବିରୋଧୀ ଅସନ୍ତୋଷ ଦାନା ବାନ୍ଧିବା ଆରମ୍ଭ କଲାଣି। ମଙ୍ଗଳବାର ଅପରାହ୍ନରେ ୩ଜଣ ମୁଖାଧାରୀ ଲୁଟେରା ହାତୀଲୁଚାଣି ଛକ ନିକଟରେ ଜଣେ ବ୍ୟକ୍ତିଙ୍କ ଆଖିରେ ବାଲି ଫିଙ୍ଗିବା ସହ ଖୁରରେ କାଟି ୧ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ସିଂହଡ଼ା ଗ୍ରାମର ନୀହାର ରଞ୍ଜନ ସାହୁ। ସ୍ପଷ୍ଟ ଦିବାଲୋକରେ ଅଭିଯୁକ୍ତଙ୍କ ଏଭଳି କାଣ୍ଡ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ପୋଲିସ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ନୀହାର ପରଜଙ୍ଗ ୟୁକୋ ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଉଠାଇ ବାଇକ୍‌ରେ ଘରକୁ ଫେରୁଥିଲେ। ୫୩ନଂ. ଜାତୀୟ ରାଜପଥଠାରୁ କୁଆଳୋ ଆଡ଼କୁ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ହାତୀଲୁଚାଣି ଛକ ନିକଟରେ ଏକ ବାଇକ୍‌ରେ ୩ଜଣ ମୁଖାଧାରୀ ଯୁବକ ତାଙ୍କୁ ଓଭରଟେକ୍‌ କରି ଗାଡ଼ି ଅଟକାଇଥିଲେ। ଏହାପରେ ଆଖିରେ ବାଲି ଫିଙ୍ଗି ଏକ ଧାରୁଆ ଛୁରିରେ ଆକ୍ରମଣ କରି ପାଖରେ ଥିବା ୧ ଲକ୍ଷ ଟଙ୍କା ଛଡ଼ାଇ ନେଇ କୁଆଳୋ ଗ୍ରାମ ଆଡ଼କୁ ଫେରାର ହୋଇଯାଇଥିଲେ। ସୂଚନା ପାଇ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏ ନେଇ ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ର କୁହନ୍ତି, ଘଟଣାର ତଦନ୍ତ ଆରମ୍ଭ କରାଯାଇଛି। ତେବେ ପାରିପାର୍ଶ୍ୱିକ ସ୍ଥିତିକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri