ରୋମାଞ୍ଚ ଭରିଲା ‘ସୂର୍ଯ୍ୟକିରଣ’

ପୁରୀ ଅଫିସ, ୧୯ା୯:ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ରବିବାର ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାରତୀୟ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ଆକାଶରେ ବାୟୁସେନାର ୯ଟି ହକ୍‌ ବିମାନ ବିଭିନ୍ନ ପ୍ରକାର ଦୁଃସାହସିକ କଳା କୌଶଳ ପ୍ରଦର୍ଶନ କରିଥିଲେ। ଏହାକୁ ୧୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶକ ଉପଭୋଗ କରିଥିଲେ। ସେମାନଙ୍କ ମନରେ ଏହି ଶୋ’ ରୋମାଞ୍ଚ ଭରିଦେଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ଏହି ଶୋ’କୁ ଉପଭୋଗ କରିଥିଲେ। ସେ ବାୟୁବୀରମାନଙ୍କୁ ସାଲ୍ୟୁଟ ମାଧ୍ୟମରେ ଅଭିବାଦନ ଜଣାଇବା ସହ ତାଳି ମାରି ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଏୟାର କମାଣ୍ଡର ରାନ୍‌ ସିଂ, ଅତିରିକ୍ତ ଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, କମାଣ୍ଡର ରବୀନ୍ଦ୍ର ରାୱତଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।
ସୂଚନା ଅନୁଯାୟୀ, ଶନିବାର ବାୟୁସେନା ପକ୍ଷରୁ ଫୁଲ୍‌ଡ୍ରେସ୍‌ ଏୟାର ଶୋ’ ଅନୁଷ୍ଠିତ ହୋଇଥିଲା। ଏହାକୁ ହଜାର ହଜାର ଦର୍ଶନ ଉପଭୋଗ କରିଥିଲେ। ତେବେ ପାଗ ଖରାପ କାରଣରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରବିବାର ଏହି ଶୋ’ ହେବା ନେଇ ଅନିଶ୍ଚିତତା ଲାଗିରହିଥିଲା। ଲଘୁଚାପ ପ୍ରଭାବରେ ଶନିବାର ରାତିରେ ବର୍ଷା ହୋଇଥିଲା। ରବିବାର ସକାଳୁ ମଧ୍ୟ ପାଗ ମେଘୁଆ ରହିବା ସହ ବର୍ଷା ହୋଇଥିଲା। ଫଳରେ ଏୟାର ଶୋ’ ଆୟୋଜନ ନେଇ ଆଶଙ୍କା ଦେଖାଦେଇଥିଲା। ତେବେ ପୂର୍ବାହ୍ନ ୯ଟା ୩୦ ମିନିଟ ପରେ ବର୍ଷା କମିିବାରୁ ଓ ଆକାଶ ସ୍ବଚ୍ଛ ହେବାରୁ ବାୟୁସେନା ପକ୍ଷରୁ ଶୋ’ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇ ବ୍ୟବସ୍ଥାକୁ ତ୍ୱରାନ୍ବିତ କରାଯାଇଥିଲା। ପୂର୍ବରୁ ପୂର୍ବାହ୍ନ ୧୦ଟା ୨୦ରେ ଶୋ’ ଆରମ୍ଭ ହେବା ନେଇ ଘୋଷଣା କରାଯାଇଥିଲେ ମଧ୍ୟ ପାଗ ଖରାପ କାରଣରୁ କିଛି ସମୟ ବିଳମ୍ବ ଘଟିଥିଲା। ବାୟୁବୀରମାନେ ୫ଶହରୁ ୧ହଜାର ଫୁଟ୍‌ ଉଚ୍ଚରେ ବିମାନ ଉଡ଼ାଇ ପ୍ରାୟ ୨୦ ମିନିଟ ଧରି ଚିତ୍ତାକର୍ଷକ କୌଶଳ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ଫ୍ଲାଇଟ ଲ୍ୟୁଟନାଣ୍ଟ ଋଦ୍ଧିମା ସୁନ୍ଦର ଧାରା ବିବରଣୀ ପ୍ରଦାନ କରିଥିଲେ। ଶୋ’ ଦେଖି ଉପସ୍ଥିତ ଜନସାଧାରଣ ଓ ପର୍ଯ୍ୟଟକମାନେ ବିମୋହିତ ହୋଇପଡ଼ିଥିଲେ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଦିଲୀପ କୁମାର ମହାପାତ୍ର, ଅତିରିକ୍ତ ଏସ୍‌ପି ମିହିର ପ୍ରସାଦ ପଣ୍ଡା, ଉପଜିଲାପାଳ ଭବତାରଣ ସାହୁ, ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଗୁର୍‌ବୀର ସିଂ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଶୋ’ର ସଫଳତା ପାଇଁ ଜିଲାପାଳ ସମର୍ଥ ବର୍ମା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri