ରୋମାଞ୍ଚ ଭରିଲା ‘ସୂର୍ଯ୍ୟକିରଣ’

ପୁରୀ ଅଫିସ, ୧୯ା୯:ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ରବିବାର ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାରତୀୟ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ଆକାଶରେ ବାୟୁସେନାର ୯ଟି ହକ୍‌ ବିମାନ ବିଭିନ୍ନ ପ୍ରକାର ଦୁଃସାହସିକ କଳା କୌଶଳ ପ୍ରଦର୍ଶନ କରିଥିଲେ। ଏହାକୁ ୧୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶକ ଉପଭୋଗ କରିଥିଲେ। ସେମାନଙ୍କ ମନରେ ଏହି ଶୋ’ ରୋମାଞ୍ଚ ଭରିଦେଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ଏହି ଶୋ’କୁ ଉପଭୋଗ କରିଥିଲେ। ସେ ବାୟୁବୀରମାନଙ୍କୁ ସାଲ୍ୟୁଟ ମାଧ୍ୟମରେ ଅଭିବାଦନ ଜଣାଇବା ସହ ତାଳି ମାରି ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଏୟାର କମାଣ୍ଡର ରାନ୍‌ ସିଂ, ଅତିରିକ୍ତ ଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, କମାଣ୍ଡର ରବୀନ୍ଦ୍ର ରାୱତଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।
ସୂଚନା ଅନୁଯାୟୀ, ଶନିବାର ବାୟୁସେନା ପକ୍ଷରୁ ଫୁଲ୍‌ଡ୍ରେସ୍‌ ଏୟାର ଶୋ’ ଅନୁଷ୍ଠିତ ହୋଇଥିଲା। ଏହାକୁ ହଜାର ହଜାର ଦର୍ଶନ ଉପଭୋଗ କରିଥିଲେ। ତେବେ ପାଗ ଖରାପ କାରଣରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରବିବାର ଏହି ଶୋ’ ହେବା ନେଇ ଅନିଶ୍ଚିତତା ଲାଗିରହିଥିଲା। ଲଘୁଚାପ ପ୍ରଭାବରେ ଶନିବାର ରାତିରେ ବର୍ଷା ହୋଇଥିଲା। ରବିବାର ସକାଳୁ ମଧ୍ୟ ପାଗ ମେଘୁଆ ରହିବା ସହ ବର୍ଷା ହୋଇଥିଲା। ଫଳରେ ଏୟାର ଶୋ’ ଆୟୋଜନ ନେଇ ଆଶଙ୍କା ଦେଖାଦେଇଥିଲା। ତେବେ ପୂର୍ବାହ୍ନ ୯ଟା ୩୦ ମିନିଟ ପରେ ବର୍ଷା କମିିବାରୁ ଓ ଆକାଶ ସ୍ବଚ୍ଛ ହେବାରୁ ବାୟୁସେନା ପକ୍ଷରୁ ଶୋ’ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇ ବ୍ୟବସ୍ଥାକୁ ତ୍ୱରାନ୍ବିତ କରାଯାଇଥିଲା। ପୂର୍ବରୁ ପୂର୍ବାହ୍ନ ୧୦ଟା ୨୦ରେ ଶୋ’ ଆରମ୍ଭ ହେବା ନେଇ ଘୋଷଣା କରାଯାଇଥିଲେ ମଧ୍ୟ ପାଗ ଖରାପ କାରଣରୁ କିଛି ସମୟ ବିଳମ୍ବ ଘଟିଥିଲା। ବାୟୁବୀରମାନେ ୫ଶହରୁ ୧ହଜାର ଫୁଟ୍‌ ଉଚ୍ଚରେ ବିମାନ ଉଡ଼ାଇ ପ୍ରାୟ ୨୦ ମିନିଟ ଧରି ଚିତ୍ତାକର୍ଷକ କୌଶଳ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ଫ୍ଲାଇଟ ଲ୍ୟୁଟନାଣ୍ଟ ଋଦ୍ଧିମା ସୁନ୍ଦର ଧାରା ବିବରଣୀ ପ୍ରଦାନ କରିଥିଲେ। ଶୋ’ ଦେଖି ଉପସ୍ଥିତ ଜନସାଧାରଣ ଓ ପର୍ଯ୍ୟଟକମାନେ ବିମୋହିତ ହୋଇପଡ଼ିଥିଲେ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଦିଲୀପ କୁମାର ମହାପାତ୍ର, ଅତିରିକ୍ତ ଏସ୍‌ପି ମିହିର ପ୍ରସାଦ ପଣ୍ଡା, ଉପଜିଲାପାଳ ଭବତାରଣ ସାହୁ, ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଗୁର୍‌ବୀର ସିଂ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଶୋ’ର ସଫଳତା ପାଇଁ ଜିଲାପାଳ ସମର୍ଥ ବର୍ମା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri