ଆକ୍ସନ ଥ୍ରୀଲର ମୁଭି ‘ତେହରାନ’ରେ ନଜର ଆସିବେ ଜନ୍‌

ମୁମ୍ବାଇ: ବଲିଉଡ ଅଭିନେତା ଜନ୍ ଅବ୍ରାହମ ନିର୍ମାତା ଦିନେଶ ବିଜାନଙ୍କ ଆକ୍ସନ ଥ୍ରୀଲର ଫିଲ୍ମ ‘ତେହରାନ’ରେ ଖୁବଶୀଘ୍ର ନଜର ଆସିବେ । ସୋସିଆଲ ମିଡିଆ ମାଧ୍ୟମରେ ଫିଲ୍ମଟି ଶୀଘ୍ର ରିଲିଜ ହେବ ବୋଲି ଜଣାପଡିଛି । ଫିଲ୍ମର ଶୁଟିଂ ଏବେ ଆରମ୍ଭ ହୋଇଯାଇଛି । ଏବେ ଏହାର ଏକ ଭିଡିଓରେ ଫିଲ୍ମର ଫାଷ୍ଟ ଲୁକରେ ଜନ୍ ଅବ୍ରାହମଙ୍କୁ ଦେଖିବାକୁ ମିଳିଛି । ଫିଲ୍ମର କାହାଣୀ ସତ୍ୟ ଘଟଣାରୁ ପ୍ରେରଣା ପାଇଥିବା କହିଛନ୍ତି ନିର୍ମାତା । ଅରୁଣ ଗୋପାଳନ ଏହାର ନିର୍ଦ୍ଦେଶନା ଦେଇଥିବା ବେଳେ ରିତେଶ ଶାହ ଓ ଆଶିଷ ପ୍ରକାଶ ବର୍ମା ଏହାର କାହାଣୀ ଲେଖିଛନ୍ତି ।
ଏହି ଫିଲ୍ମକୁ ଦିନେଶ ବିଜାନ, ଶୋଭନା ଯାଦବ ଓ ସନ୍ଦିପ ଲେଜେଲ ପ୍ରଯୋଜନା କରୁଛନ୍ତି । ଜନଙ୍କ ଏହି ଫିଲ୍ମକୁ ଦର୍ଶକେ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri