Posted inଖେଳ

ରୋମାଞ୍ଚକ ମୋଡ଼ରେ ଦ୍ୱିତୀୟ ଟେଷ୍ଟ, ଟାର୍ଗେଟ ୩୭୦: ଦକ୍ଷିଣ ଆଫ୍ରିକା ୧୨୭/୧

ରାଓ୍ବଲପିଣ୍ଡି,୮।୨: ପାକିସ୍ତାନ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍‌ ଜିତି ପାକିସ୍ତାନ ପ୍ରଥମ ଇନିଂସରେ ୧୧୪.୩ ଓଭରରେ ୨୭୨ ରନ୍‌ କରି ଅଲ୍‌ଆଉଟ ହୋଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୬୫.୪ ଓଭରରେ ୨୦୧ ରନ କରି ଅଲ୍‌ଆଉଟ ହୋଇ ୭୧ ରନ ପଛରେ ପଡିଥିଲା। ଏହାପରେ ପାକିସ୍ତାନ ଦ୍ୱିତୀୟ ଇନିଂସ ଆରମ୍ଭ କରି ୧୦୨ ଓଭରରେ ୨୯୮ ରନ କରି ଅଲ୍‌ଆଉଟ ହୋଇଛି। ଫଳରେ ଦକ୍ଷିଣ ଆଫ୍ରିକା ସମ୍ମୁଖରେ ୩୭୦ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଜବାବରେ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ ଆରମ୍ଭ କରି ରବିବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୪୧ ଓଭରରେ ଗୋଟିଏ ଉଇକେଟ ହରାଇ ୧୨୭ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକି ଥିବାବେଳେ ବିଜୟ ପାଇଁ ଦକ୍ଷିଣ ଆଫ୍ରିକା ୯ ଉଇକେଟ ହାତରେ ରଖି ଆଉ ୨୪୩ ରନ ଆବଶ୍ୟକ କରୁଛି। ଷ୍ଟମ୍ପ୍‌ ଅପସାରଣ ବେଳକୁ ଓପନର ଏଡେନ ମାରକ୍ରମ ୫୯ ଓ ରାସି ଭାନ ଡେର ଡୁସେନ ୪୮ ରନ କରି ଅପରାଜିତ ରହିଛନ୍ତି। ଏକମାତ୍ର ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଡିନ୍‌ ଏଲଗାର ୧୭ ରନ କରି ଶାହିନ ଶାହ ଆଫ୍ରିଦିଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୨୯/୬ରୁ ଖେଳ ଆରମ୍ଭ କରି ରବିବାର ଅଲ୍‌ଆଉଟ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୧୧୪.୩ ଓଭରରେ ୨୭୨ ଆଲଆଉଟ।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୬୫.୪ ଓଭରରେ ୨୦୧ ଅଲ ଆଉଟ।
ପାକିସ୍ତାନ ଦ୍ୱିତୀୟ ଇନିଂସ- ୧୦୨ ଓଭରରେ ୨୯୮ ଅଲଆଉଟ୍‌।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ- ୪୧ ଓଭରରେ ୧୨୭/୧
(ମାରକ୍ରମ- ୫୯*, ଡୁସେନ- ୪୮*, ଏଲଗାର- ୧୭, ଆଫ୍ରିଦି- ୧/୨୨ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?