କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ ବାଳିକା ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ବ୍ରହ୍ମପୁର, ଝାରସୁଗୁଡା ଓ ରାୟଗଡା ଜୋନର ୧୪, ୧୭ ଓ ୧୯ ବର୍ଷ ରୁ କମ ଶହେରୁ ଊର୍ଦ୍ଧ୍ୱ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସିଷ୍ଟର ଡୋରେଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ରୀଡା ପ୍ରତିଯୋଗିତାରେ ସାମ୍ବାଦିକ ସଂଘର ଗଞ୍ଜାମ ଜିଲା ଉପସଭାପତି ପ୍ରଶାନ୍ତ ମହାରଣା ମୁଖ୍ୟ ଅତିଥିଭାବେ ଯୋଗଦେଇ ଶୁଭାରମ୍ଭ କରିବା ସହିତ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଶେଷରେ କୃତିତ୍ୱ ହାସଲ କରିଥିବା ଟିମକୁ ପୁରସ୍କୃତ କରାଯାଇଥିଲା। ଏହି ପ୍ରତିଯୋଗିତାକୁ ରେଫରୀ ଭାବେ ସମ୍ବିତ କୁମାର ବଳିଆରସିଂହ ଓ ଏସ. ଜଗା ରାଓ କାର୍ଯ୍ୟଭାର ସମ୍ଭାଳିଥିବା ବେଳେ ବରିଷ୍ଠ ଶିକ୍ଷୟତ୍ରୀ ଗୀତାଞ୍ଜଳି ଦାଶ, କ୍ରୀଡା ଶିକ୍ଷକ ଭାବେ ସିଏଚ. ପ୍ରସାଦ, କେ. ମନୋଜ ପ୍ରଧାନ, ସୁନୀଲ କୁମାର ଦାଶ, ହମିତ କୁମାର ମହାପାତ୍ର, ସୁଲତାନ ବେଗମ ଉପସ୍ଥିତ ରହି ଖେଳକୁ ପରିଚଳନା କରିଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?