Posted inଜାତୀୟ

ଭାଜପାକୁ ବଙ୍ଗୋପସାଗରରେ ଫିଙ୍ଗିଦିଅ, କହିଲେ ମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ୍‌, ୨।୨ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ କହିଛନ୍ତି ଯେ ଲୋକଙ୍କ ଆଶା ପୂରଣ କରିବା ଏବଂ ଦେଶ ଏହାର ପୂର୍ଣ୍ଣ ସାମର୍ଥ୍ୟକୁ ନେଇ ଅଗ୍ରଗତି କରିବା ପାଇଁ ଭାରତ ଏହାର ସମ୍ବିଧାନକୁ ପୁନଃଲିଖନ କରିବା ଆବଶ୍ୟକ। ଭାଜପାକୁ ଟାର୍ଗେଟ କରି ସେ କହିଛନ୍ତି ଯେ ଏହି ଦଳକୁ ହଟାଇ ବଙ୍ଗୋପସାଗରରେ ଫିଙ୍ଗିବାର ଆବଶ୍ୟକତା ରହିଛି।

ଦେଶ ପାଇଁ ଯାହା ଆବଶ୍ୟକ ତାହା ଆମେ କରିବୁ, ଆମେ ଚୁପ ରହିବୁ ନାହିଁ। ଏହା ହେଉଛି ଗଣତନ୍ତ୍ର। ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଦୂରଦର୍ଶୀ ସମ୍ପନ୍ନ। ଆଗକୁ ସରକାରୀ ଯୋଜନାର ଫଳାଫଳ କ’ଣ ହେବ ତାହା ତାଙ୍କୁ ଅଜଣା। କେସିଆରଙ୍କ ଏହି ମନ୍ତବ୍ୟ ପରେ ଭାଜପା ରାଜ୍ୟ ସଭାପତି ସଞ୍ଜୟ କୁମାର ତାଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଡକ୍ଟର ବାବାସାହେବ ଆମ୍ବେଡକରଙ୍କୁ ଅପମାନିତ କରିଛନ୍ତି। କୁମାର ତାଙ୍କ ପ୍ରସ୍ତାବକୁ ଏସସି ଏବଂ ଏସଟି ପାଇଁ ସଂରକ୍ଷଣକୁ ପ୍ରତ୍ୟାଖ୍ୟାନ କରିବା ପାଇଁ ଏକ ଚକ୍ରାନ୍ତ ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ଅଭିଯୋଗ କରିଛନ୍ତି ଯେ ଗତ ୭୫ ବର୍ଷ ମଧ୍ୟରେ ଲୋକଙ୍କ ମୌଳିକ ଆବଶ୍ୟକତା ପୂରଣ କରିବାରେ ଉଭୟ କଂଗ୍ରେସ ଏବଂ ଭାଜପା ବିଫଳ ହୋଇଛନ୍ତି। ସେ ଦେଶରେ ଗୁଣାତ୍ମକ ପରିବର୍ତ୍ତନ ପାଇଁ ଆହ୍ବାନ ଦେଇଛନ୍ତି ଏବଂ ଏକ ପରିବର୍ତ୍ତନ ଆଣିବା ପାଇଁ ସେ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ଘୋଷଣା କରିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଖୁବ ଶୀଘ୍ର ହାଇଦ୍ରାବାଦରେ ଅବସରପ୍ରାପ୍ତ ଆଇଏଏସ, ଆଇପିଏସ ଏବଂ ଆଇଏଫଏସ ଅଧିକାରୀଙ୍କ ଏକ ବୈଠକରେ ଦେଶର ନୂତନ ଏଜେଣ୍ଡା ଉପରେ ଆଲୋଚନା ହେବ।

କେସିଆର କହିଛନ୍ତିି ଯେ ସମ୍ବିଧାନ ରାଜ୍ୟମାନଙ୍କୁ କିଛି କ୍ଷମତା ଦେଇଛି, କିଛି କ୍ଷମତା ଭାରତ ସରକାରଙ୍କୁ ଦିଆଯାଇଥିବାବେଳେ କନକ୍ରେଣ୍ଟ ତାଲିକାରେ କିଛି ବିଷୟ ଅଛି, କିନ୍ତୁ କଂଗ୍ରେସ ଏବଂ ଭାଜପା ସରକାର ରାଜ୍ୟଗୁଡ଼ିକର କ୍ଷମତା ଛଡ଼ାଇ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri