ଥୁଆମୂଳ ରାମପୁର ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୧୫ ଦଫା ଦାବିପତ୍ର…

ଥୁଆମୂଳ ରାମପୁର,୧୪।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ବିଜେଡି ପକ୍ଷରୁ ୧୫ ଦଫା ଦାବି ନେଇ ବିଧାୟକ ତଥା ବିଜେଡି ଜିଲା ସଭାପତି ପ୍ରଦୀପ କୁମାର ଦିଶାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମଙ୍ଗଳବାର ଦିନ ମାଁ ମାଣିକେଶ୍ବରୀ ମନ୍ଦିରରେ ମାଁଙ୍କ ପୂଜାର୍ଚ୍ଚନା ପରେ ବ୍ଳକର ସମସ୍ତ ବିଜେଡ଼ି କର୍ମକର୍ତ୍ତା ଏକତ୍ରିତ ଭାବରେ ଏକ ଜନ ସଂପର୍କ ପଦଯାତ୍ରାରେ ବାହାରିଥିଲେ। ସେମାନେ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ବ୍ଳକ ଘେରାଉ କାର୍ଯ୍ୟକ୍ରମରେ ଏକ ସଭା ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲା ବିଜେଡି ଆଦିବାସୀ ନେତା ପରମାନନ୍ଦ ମାଝୀ, ବଦ୍ରି ନାରାୟଣ ପଟ୍ଟନାୟକ, ତ୍ରିଲୋଚନ ପାଣିଗ୍ରାହୀ, ଧର୍ମେନ୍ଦ୍ର ନାଏକ, ଭବାନୀପାଟଣା ଟାଉନ ବିଜେଡି ଯୁବ ସଭାପତି ପୀତବାସ ବେହେରା ପ୍ରମୁଖ ମଞ୍ଚାସୀନ ହୋଇଥିଲେ। ଆୟୋଜିତ କାର୍ଯ୍ୟକ୍ରମର ମଞ୍ଚକୁ ବିଜେଡି ବ୍ଳକ ସଭାପତି କପିଳାସ ନାଏକ ପରିଚାଳନା କରିଥିବା ବେଳେ ବ୍ଳକ ବିଜେଡି କର୍ମକର୍ତ୍ତା ମାନଙ୍କ ମଧ୍ୟରେ ବିଧାୟକ ବ୍ଳକ ପ୍ରତିନିଧି ମାଣ୍ଯଯଯ ଚନ୍ଦ୍ର ନାଏକ, ପୂର୍ବତନ ବ୍ଳକ ଉପାଧ୍ୟକ୍ଷ ତଥା ବିଜେଡି ବଳିଷ୍ଠ ନେତା ଗୋବିନ୍ଦ ପ୍ରଧାନୀ, ବ୍ଲକ ବିଜେଡି ସମ୍ପାଦକ କୃଷ୍ଣଚନ୍ଦ୍ର ନାଏକ, ବ୍ଲକ କାର୍‌ୟଯକାରୀ ସଭାପତି କୈଳାସ ଚନ୍ଦ୍ର ପରିଚ୍ଛା, ଫଟୋ ସିଂ ଭୋଇ, ବ୍ଳକ ବିଜେଡି ଯୁବ ସଭାପତି ପ୍ରଦୀପ କୁମାର ନାଏକ, ଜିଲା ପରିଷଦ ଟୁ ନି ଖୋସ୍ଲା, ପ୍ରମିଳା ମାଝୀ, ବ୍ଲକ ଉପାଧକ୍ଷା ଜୟନ୍ତୀ ମାଝୀ, ସ୍ଥାନୀୟ ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ସରପଞ୍ଚ ସଂଘ ସଭାପତି ବଳଭଦ୍ର ଜାନୀଙ୍କ ସମେତ ବ୍ଳକ ବିଜେଡିର ଶତାଧିକ କର୍ମକର୍ତ୍ତା ଓ ମହିଳା କର୍ମୀ ଅଂଶଗ୍ରହଣ କରିଥିଲେ।

ତେବେ ବିଡ଼ିଓ ଧ୍ରୁବଚରଣ ମୁଦୁଲିଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୧୫ ଦଫା ଦାବିପତ୍ର ପ୍ରଦାନ କରାଯାଇଥିଲା। ଦାବିପତ୍ରରେ ୧୫ ଦଫା ଦାବି ନେଇ ଉଲ୍ଲେଖ ରହିଥିବା ବେଳେ ସେଗୁୁଡିକ ସରକାରଙ୍କ ପକ୍ଷରୁ ଯଦି ପୂରଣ କରାନଯାଏ ତେବେ ଆଗାମୀ ଦିନରେ ଏହି ବିକ୍ଷୋଭ ତୀବ୍ର ହେବ ବୋଲି ଚେତାବନୀ ଦେଇଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri