ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ ଯୋଗାଣ ଦୀର୍ଘ ୧୭ ଦିନ ଧରି ବନ୍ଦ ରହିଥିବାରୁ ପାଣି ଟୋପାଏ ପାଇଁ ଲୋକେ ହଇରାଣ ହେଉଛନ୍ତି। ଗଣମାଧ୍ୟମରେ ଲଗାତାର ଖବର ପ୍ରକାଶ ପାଇବା ପରେ ଗ୍ରାମ ପଞ୍ଚାୟତ ପ୍ରଶାସନ ବିଦ୍ୟୁତ ବିଭାଗକୁ ଚିଠି ଲେଖିଥିବା ଜଣାପଡ଼ିଛି। ତେବେ ବକେୟା ବିିଦ୍ୟୁତ ବିଲ ପୈଠ ନକରିବା ପଛରେ ସରକାରୀ ପାଣ୍ଠି ଅଭାବକୁ କାରଣ ଦର୍ଶାଯାଇଥିବାରୁ ସ୍ଥାନୀୟ ବୁଦ୍ଧିଜୀବୀ ଓ ସଚେତନ ନାଗରିକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ସୂଚନା ଅନୁଯାୟୀ, ଥୁଆମୂଳ ରାମପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ବିଜୟା ମାଝୀ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ମୁକେଶ କୁମାର ପଟେଲ ବିିଦ୍ୟୁତ ବିଭାଗକୁ ଚିଠି ସଂଖ୍ୟା ୧୨୧/୨୦୨୬ ମାଧ୍ୟମରେ ଅନୁରୋଧ କରିଛନ୍ତି। ଏକ ମାସ ମଧ୍ୟରେ ବକେୟା ବିିଦ୍ୟୁତ ବିଲ ପୈଠ କରାଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେଇ ଜଳ ଯୋଗାଣ ପାଇଁ ବିଦ୍ୟୁତ ସଂଯୋଗ ପୁନଃସ୍ଥାପନ କରିବାକୁ ଚିଠିରେ ନିବେଦନ କରାଯାଇଛି। ଚିଠିରେ ଦର୍ଶାଯାଇଛି ଯେ, ଚଳିତ ଆର୍ଥିକ ବର୍ଷ ପାଇଁ ସରକାରୀ ପାଣ୍ଠି ଆସିନଥିବାରୁ ୧,୦୧,୭୮୨ ଟଙ୍କାର ବକେୟା ବିିଦ୍ୟୁତ ବିଲ ପୈଠ କରାଯାଇପାରିନାହିଁ। ଏହି ସଫେଇକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରଶ୍ନ ଉଠିଛି।

ସଚେତନ ନାଗରିକଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମ ପଞ୍ଚାୟତଗୁଡ଼ିକୁ ବିଭିନ୍ନ ଯୋଜନା ଓ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସରକାରୀ ଅନୁଦାନ ମିଳୁଛି। ଏଭଳି ସ୍ଥିତିରେ ସାଧାରଣ ଲୋକଙ୍କ ପାଇଁ ଅତ୍ୟାବଶ୍ୟକ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିିଦ୍ୟୁତ ବିଲ ପୈଠ ନହେବା ପଞ୍ଚାୟତର ଆର୍ଥିକ ପରିଚାଳନା ଓ ଦାୟିତ୍ୱବୋଧ ଉପରେ ପ୍ରଶ୍ନ ଉଠାଇଛି।

ସ୍ଥାନୀୟ ବୁଦ୍ଧିଜୀବୀ ଓ ସମାଜସେବୀମାନେ ଅଭିଯୋଗ କରିଛନ୍ତି ଯେ, ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅନିୟମିତତା ହେଉଥିବା ନେଇ ପୂର୍ବରୁ ମଧ୍ୟ ପ୍ରଶ୍ନ ଉଠିଛି। ମନରେଗା ଯୋଜନା ସମେତ ଅନ୍ୟାନ୍ୟ କାର୍ଯ୍ୟରେ ଅନିୟମିତତା ଅଭିଯୋଗ ଥିବାବେଳେ ପାନୀୟ ଜଳ ଭଳି ମୌଳିକ ସେବା ପାଇଁ ପାଣ୍ଠି ନଥିବା କହିବା ଗ୍ରହଣୀୟ ନୁହେଁ ବୋଲି ସେମାନେ ମତ ଦେଇଛନ୍ତି। ତେବେ ଏହି ଅଭିଯୋଗଗୁଡ଼ିକର ସ୍ବତନ୍ତ୍ର ଯାଞ୍ଚ ସମ୍ପର୍କରେ କୌଣସି ତଥ୍ୟ ଦିଆଯାଇନାହିଁ।

ପାନୀୟ ଜଳ ଭଳି ମୌଳିକ ସେବା ଦୀର୍ଘ ୧୭ ଦିନ ଧରି ବନ୍ଦ ରହିବାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। କେବଳ ଚିଠି ଲେଖି ପ୍ରଶାସନିକ ଦାୟିତ୍ୱ ଶେଷ କରିଦେବା ବଦଳରେ ତୁରନ୍ତ ବକେୟା ବିଲ ପୈଠ କରି ଜଳ ଯୋଗାଣ ସ୍ବାଭାବିକ କରିବାକୁ ସେମାନେ ଦାବି କରିଛନ୍ତି। ଏବେ ସମସ୍ତଙ୍କ ନଜର ବିଦ୍ୟୁତ ବିଭାଗ ଓ ପଞ୍ଚାୟତ ପ୍ରଶାସନର ପରବର୍ତ୍ତୀ ପଦକ୍ଷେପ ଉପରେ ରହିଛି। ଗ୍ରାମବାସୀଙ୍କୁ କେବେ ପୁଣି ନିୟମିତ ପାନୀୟ ଜଳ ମିଳିବ, ତାହାକୁ ନେଇ ଅପେକ୍ଷା ଜାରି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?