ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି । ରବିବାର ସକାଳୁ ପୋଲିସ ଚଢ଼ାଉ କରି ଚୋରା ବାଲି ପରିବହନ କରୁଥିବା ୩ଟି ହାଇୱା ଗାଡ଼ିକୁ ଜବତ କରିବା ସହ ଏଥିରେ ସଂପୃକ୍ତ ଡ୍ରାଇଭରମାନଙ୍କୁ ଅଟକ ରଖିଛି । ଜବତ ଗାଡ଼ିଗୁଡ଼ିକ କୋକସରା ଅଞ୍ଚଳର ବ୍ୟବସାୟୀ ବିକ୍ରମ ଗୁପ୍ତାଙ୍କର ବୋଲି ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁଯାୟୀ, ଦେପୁର ବାଲିଘାଟରୁ ଦୀର୍ଘ ଦିନ ହେବ କୌଣସି ବୈଧ କାଗଜପତ୍ର କିମ୍ବା ସରକାରୀ ରୟାଲ୍ଟି ନଦେଇ ଥୁଆମୂଳ ରାମପୁର ଓ ଗୋପାଳପୁର ଅଞ୍ଚଳକୁ ବାଲି ଚୋରା ଚାଲାଣ ହେଉଥିଲା। ଏନେଇ ପୋଲିସ ପାଖରେ ପୂର୍ବରୁ ସୂଚନା ରହିଥିଲେ ହେଁ, ରବିବାର ସକାଳୁ ଥାନା ଅଧିକାରୀ କୈବଲ୍ୟ ସେଠ୍‌ଙ୍କ ନେତୃତ୍ୱରେ ଏକ ଟିମ୍ ସଠିକ୍ ସମୟରେ ଛାପା ମାରି ଗାଡ଼ିଗୁଡ଼ିକୁ ମାଡ଼ି ବସିଥିଲେ ।

ଜବତ ହୋଇଥିବା ଗାଡ଼ିଗୁଡ଼ିକର କୌଣସି ପରିବହନ କିମ୍ବା ଲିଫ୍ଟିଂ ଦସ୍ତାବିଜ୍ ନଥିବା ଯାଞ୍ଚ ବେଳେ ଜଣାପଡ଼ିଛି। ସରକାରୀ ରାଜସ୍ୱ ହରିଲୁଟ୍ କରି ଏହି ସିଣ୍ଡିକେଟ୍ ଦୀର୍ଘ ଦିନରୁ ସକ୍ରିୟ ଥିଲା। ଏହି ଘଟଣାରେ ପୋଲିସ କେସ୍ ନମ୍ବର ୨୫/୨୬, ୨୬/୨୬ ଓ ୨୭/୨୬ ରେ ମାମଲା ରୁଜ୍ଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି । ତେବେ ଏନେଇ ଥାନା ଅଧିକାରୀ କୈବଲ୍ୟ ସେଠ୍ “ବେଆଇନ ବାଲି କାରବାର ବିରୋଧରେ ଆମର ଏହି ଅଭିଯାନ ଜାରି ରହିବ। ଜବତ ୩ଟି ଗାଡ଼ିକୁ କୋର୍ଟ ଚାଲାଣ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟାନୁଷ୍ଠାନ ପରେ ଅଞ୍ଚଳର ବାଲି ମାଫିଆଙ୍କ ମଧ୍ୟରେ ଛନକା ପଶିଛି । ପୋଲିସ ବାଲି ସହ ଗାଡ଼ିଗୁଡ଼ିକୁ ଜବତ କରି ଥାନା ପରିସରରେ ରଖିଥିବା ବେଳେ ଏଥିରେ ଅନ୍ୟ କାହାର ସଂପୃକ୍ତି ରହିଛି, ସେ ନେଇ ଖୋଳତାଡ଼ ଜାରି ରଖିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri