ଥୁଆମୂଳ ରାମପୁର ସଦର ସିଆର୍‌ସିସି ଝାଜରୁ ମାଝୀଙ୍କ ଦେହାନ୍ତ, ଶିକ୍ଷକ-ଛାତ୍ରୀଛାତ୍ରଙ୍କ ମହଲରେ ଶୋକର ଛାୟା

ଥୁଆମୂଳ ରାମପୁର,୧୭।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଶିକ୍ଷା ବିଭାଗରେ କାର୍ଯ୍ୟରତ ସିଆର୍‌ସିସି ଝାଜରୁ ମାଝୀଙ୍କ ଶନିବାର ସାରେ ଦେହାନ୍ତ ହୋଇଯାଇଛି। ଏହି ଖବର ସାମ୍ନାକୁ ଆସିବା ପରେ ଶିକ୍ଷକ, ଛାତ୍ରୀ ଛାତ୍ରଙ୍କ ସମେତ ଅଞ୍ଚଳ ବାସୀଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି l
ଶନିବାର ଡାକକୋଟା ଗ୍ରାମର ଝାଜରୁ ମାଝୀଙ୍କ ହଠାତ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଭବାନୀପାଟଣା ଡାକ୍ତରଖାନାକୁ ଚିକିତ୍ସା ନିମନ୍ତେ ନିଆଯାଉଥିଲା । ହେଲେ ବାଟରେ କିଆପଦର ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ଗ୍ରାମର ଶ୍ମଶାନରେ ତାଙ୍କର ଶବ ସତ୍କାର କରାଯାଇଥିବା ବେଳେ ବର୍ତ୍ତମାନ ତାଙ୍କ ଘରେ ସ୍ତ୍ରୀ, ଦୁଇପୁଅ ଓ ଗୋଟିଏ ଝିଅ ଅଛନ୍ତି। ତାଙ୍କ ମୃତ୍ୟୁ ପରେ ପରିବାରଲୋକେ ଭାଙ୍ଗି ପଡିଛନ୍ତି। ଅପରପକ୍ଷରେ ଝାଜରୁ ଜଣେ ମେଳାପୀ ଦକ୍ଷ, ନୀଷ୍ଠୁର, ପରୋପକାରୀ ଶିକ୍ଷକ ଥିଲେ । ତାଙ୍କର ବିୟୋଗରେ ଶିକ୍ଷା ବିଭାଗ ସହିତ ଅଞ୍ଚଳବାସୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri