ବିପଦକୁ ଆମନ୍ତ୍ରଣ କରୁଛି ଥୁଆମୂଳରାମପୁର ରାସ୍ତା

ଥୁଆମୂଳରାମପୁର,୧୧ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣାଠାରୁ ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ନିର୍ମାଣରେ ଅନିୟମିତତା ହେଉଥିବା ସହ କାଲଦୁଦା ଘାଟି ମୁଖ୍ୟ ରାସ୍ତା କାଦୁଅରେ ପଚପଚ ହୋଇ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳୁଛି।

ମିଳିଥିବା ସୂଚନାନୁସାରେ, ଗତ କିଛିଦିନ ତଳର ଲଗାଣ ବର୍ଷାରେ କାଲଦୁଦା ଘାଟି ଉଭୟ ପାର୍ଶ୍ୱର ଥିବା ମାଟି ଅତଡ଼ା ଧସି ମୁଖ୍ୟ ରାସ୍ତାରେ ପଡ଼ିବା ଫଳରେ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଆରମ୍ଭରୁ ଅନେକ ସ୍ଥାନରେ ଛୋଟ ବଡ଼ ଖାଲଖମା ସହ କୃତ୍ରିମ ପୋଖରୀ ସୃଷ୍ଟି ହେବା ସହ କାଦୁଅ ପଚ ପଚ ହେବା ଫଳରେ ପଥଚାରୀଙ୍କଠାରୁ ଆରମ୍ଭ କରି ଯାନବାହନ ଚଳାଚଳରେ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖାଦେଉଛି । ଏମିତିକି ଲୋକେ ବାଇକ୍‌ରେ ଯାତାୟାତ ସମୟରେ ଦୁର୍ଘଟଣାର ଶିକାର ମଧ୍ୟ ହେଉଛନ୍ତି। ଜରୁରୀକାଳିନ ଆମ୍ବୁଲାନ୍ସ ଗାଡ଼ି ସମେତ ଅନେକ ଛୋଟ ବଡ଼ ଗାଡ଼ି ସେ ରାସ୍ତା ଦେଇ ଯିବା ସମୟରେ ରାସ୍ତାର ଅବସ୍ଥା ପାଇଁ ଘଣ୍ଟା ଘଣ୍ଟା ଧରି ଫସି ରହୁଥିବା ଦୃଶ୍ୟ ସାମ୍ନାକୁ ଆସୁଛି। ରାସ୍ତା ନିର୍ମାଣ କାମ କରୁଥିବା ଠିକାଦାର ମନଇଚ୍ଛା ରାସ୍ତା ନିର୍ମାଣ କରୁଥିବା ବିଷୟରେ ସ୍ଥାନୀୟ ଲୋକେ ଅନେକ ଥର ଅଭିଯୋଗ କରିବା ସତ୍ତ୍ୱେ ବିଭାଗୀୟ ଅଧିକାରୀ ଚୁପ ରହିବା ଘଟଣାକୁ ନେଇ ସାଧାରଣରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ପୂର୍ତ୍ତ ବିଭାଗ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ମତାମତ ମିଳିପାରିନାହିଁ। ଏହାକୁ ଦୃଷ୍ଟିରେ ରଖି ବିଭାଗୀୟ ଜିଲାସ୍ତରୀୟ ଅଧିକାରୀ ରାସ୍ତା ନିର୍ମାଣ ସହ ସଂପୃକ୍ତ ଠିକାଦାରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସଙ୍ଗେ କାଦୁଅ ସରସର ହେଉଥିବା ସ୍ଥାନରେ ତୁରନ୍ତ ମରାମତି କିମ୍ବା ବିଏମ୍‌୍‌ଡବ୍ଲ୍ୟୁ ପକାଇବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri