୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା ଦେଇ ଗତି କରୁଛି। ଏହା ଆଗକୁ ବଢ଼ିବା ପାଇଁ ପାଗ ଅନୁକୂଳ ଥିବାରୁ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଆଉ କିଛି ଅଂଶକୁ ମୌସୁମୀ ଛୁଇଁବା ସହ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧୮ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ରବିବାର ରାଜ୍ୟର କେତେକ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକୁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ୱାର୍ନିଂ ଜାରି କରାଯାଇଛି। ସେହିପରି ମଧ୍ୟମ ଧରଣର ଝଡ଼ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ୱାର୍ନିଂ ଜାରି ହୋଇଛି। ଅପରପକ୍ଷେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରହିଥିଲା। ଶନିବାର ଭବାନୀପାଟଣାରେ ସର୍ୱାଧିକ ୪୧ ଡିଗ୍ରୀ, ବଲାଙ୍ଗୀରରେ ୪୦.୬, ଝାରସୁଗୁଡ଼ାରେ ୪୦.୪, ଟିଟିଲାଗଡ଼ ଓ ସୁବର୍ଣ୍ଣପୁରରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ସମ୍ୱଲପୁରରେ ୩୯.୮, ନୂଆପଡ଼ାରେ ୩୮.୬, ଅନୁଗୋଳରେ ୩୮.୪, ଢେଙ୍କାନାଳରେ ୩୮, ଭୁବନେଶ୍ୱର ଓ ରାଉରକେଲାରେ ୩୭.୮ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?