ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ପବନ ଫଳରେ ଅନେକ ସ୍ଥାନରେ ଡ଼ାଳ ଭାଙ୍ଗି  ରାସ୍ତାରେ ପଡିଥିବା ମଧ୍ୟ ଦେଖାଯାଇଛି ।

କହିରଖୁଛୁ କି, ଆଜି ସକାଳୁ ପ୍ରବଳ ଗୁଳୁଗୁଳିରେ ରାଜଧାନୀବାସୀ ଅସ୍ତବ୍ୟସ୍ତ ହେଉଥିବା ବେଳେ ଅପରାହ୍ନରେ ପାଗରେ ପରିବର୍ତ୍ତନ ହୋଇଛି । ଗତ କିଛିଦିନ ହେବ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖାଯାଇଥିବା ବେଳେ ଆଜି ଭୁବନେଶ୍ବରରେ ମଧ୍ୟ ପାଗରେ ପରିବର୍ତ୍ତନ ହୋଇଛି । ହଠାତ୍ କଳାହାଣ୍ଡିଆ ମେଘ ଆସି ପବନ ହୋଇଥିଲା । ପରେ ଘଡ଼ଘଡ଼ି ସାଙ୍ଗକୁ ମୁଷଳ ଧାରାରେ ବର୍ଷା ହେବା ସହିତ କୁଆପଥର ମଧ୍ୟ ପଡିଥିବା ଦେଖାଯାଇଛି । ଖବର ଲେଖାଯିବା ସୁଦ୍ଧା ଗତ ଏକ ଘଣ୍ଟା ଧରି ବର୍ଷା ଜାରି ରହିଛି ।

ତେବେ କାଳବୈଶାଖୀ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବରୁ ଆଲର୍ଟ ଜାରି କରାଯାଉଛି । ଲୋକଙ୍କୁ ସତର୍କ ଏବଂ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଉଛି । ବୁଧବାର ମଧ୍ୟ କରଞ୍ଜିଆ, ଦିଗପହଣ୍ଡି, ଭଦ୍ରକ ଏବଂ ଯାଜପୁରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri