Posted inଜାତୀୟ

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ଜୁଲାଇରେ ଉତ୍ତର ପ୍ରଦେଶ, ବିହାର ସମେତ ୧୮ଟି ରାଜ୍ୟରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସହ ଝଡ଼ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ଘଣ୍ଟାପ୍ରତି ୮୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ବିଶେଷ କରି ପୂର୍ବ ଭାରତର ରାଜ୍ୟଗୁଡ଼ିକ ପାଇଁ ଆସନ୍ତା ୨୪ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିବ। ଚାଷୀମାନଙ୍କୁ ବିଶେଷ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ପାଣିପାଗୀୟ ପରିସ୍ଥିତି ଯୋଗୁ ଅନେକ ରାଜ୍ୟରେ ପାଗର ପ୍ରକୋପ ଦେଖିବାକୁ ମିଳିପାରେ। ପାହାଡ଼ିଆ ଅଞ୍ଚଳକୁ ଯାତ୍ରା କରୁଥିବା ଲୋକଙ୍କୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି, କାରଣ କିଛି ରାଜ୍ୟରେ ଭୂସ୍ଖଳନର ଆଶଙ୍କା ରହିଛି।

ଅନ୍ୟପଟେ, ମତ୍ସ୍ୟଜୀବୀ ଓ ଚାଷୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ଆହୱାନ କରାଯାଇଛି। ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଏକ ଗଭୀର ଅବପାତ (Deep Depression) ସକ୍ରିୟ ରହିଛି। ଏହା ସହିତ ମଧ୍ୟ ଉତ୍ତର ପ୍ରଦେଶର ଉତ୍ତର ଭାଗ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଦକ୍ଷିଣ-ପଶ୍ଚିମ ରାଜସ୍ଥାନ ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ରହିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ଜୁଲାଇରେ ଉତ୍ତର ପ୍ରଦେଶ, ବିହାର, ଦିଲ୍ଲୀ, ରାଜସ୍ଥାନ, ହରିୟାଣା, ପଞ୍ଜାବ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼, ଗୁଜରାଟ, ମହାରାଷ୍ଟ୍ର, ତେଲେଙ୍ଗାନା ଓ କେରଳରେ ପ୍ରବଳ ବର୍ଷା ଏବଂ ଝଡ଼ର ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ଘଣ୍ଟାପ୍ରତି ୮୫ କିଲୋମିଟର ବେଗରେ ପବନ ବହିପାରେ। ସେହିପରି ପାହାଡ଼ିଆ ରାଜ୍ୟଗୁଡ଼ିକରେ ଭୂସ୍ଖଳନର ଆଶଙ୍କା ମଧ୍ୟ ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?