୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆଉ ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର, ଗଜପତିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼କୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ୪ ବନ୍ଦରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।  ଧାମରା, ପାରାଦୀପ, ପୁରୀ ଏବଂଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

ପୁରୀଠାରୁ ୧୧୦ କିମି ଦୂରରେ କେନ୍ଦ୍ରୀଭୂତ ଗଭୀର ଅବପାତ ସୃଷ୍ଟି ହୋଇଛି। ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଲଗାଣ ବର୍ଷା ସହ ଉପକୂଳ ଓଡ଼ିଶାରେ ଏହି ସମୟରେ ୪୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ବର୍ଷା ଆସନ୍ତା ୧୧ ତାରିଖ ଯାଏ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri