୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆଉ ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର, ଗଜପତିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଭୁବନେଶ୍ବର, ପୁରୀ, ବାଲେଶ୍ବର, ଭଦ୍ରକକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼କୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ୪ ବନ୍ଦରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।  ଧାମରା, ପାରାଦୀପ, ପୁରୀ ଏବଂଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

ପୁରୀଠାରୁ ୧୧୦ କିମି ଦୂରରେ କେନ୍ଦ୍ରୀଭୂତ ଗଭୀର ଅବପାତ ସୃଷ୍ଟି ହୋଇଛି। ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଲଗାଣ ବର୍ଷା ସହ ଉପକୂଳ ଓଡ଼ିଶାରେ ଏହି ସମୟରେ ୪୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ବର୍ଷା ଆସନ୍ତା ୧୧ ତାରିଖ ଯାଏ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେବେ ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?