୧୨ରେ ଘୂର୍ଣ୍ଣିବଳୟ: ଆଜି ୧୯ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୧।୯(ଅନୁରାଧା ମହାରଣା): ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଛି। ଫଳରେ ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ୩ ଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି। ରବିବାର ମାତ୍ର କିଛି ଜିଲାକୁ ବାଦ୍‌ଦେଲେ ଅନ୍ୟ ଜିଲାଗୁଡ଼ିକରେ ପାଗ ଶୁଖିଲା ରହିଥିଲା। ତେବେ ଲଘୁଚାପ ପ୍ରଭାବରେ ୧୩ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୬ ବେଳକୁ ବର୍ଷା ସାମାନ୍ୟ ହ୍ରାସ ପାଉଥିଲେ ମଧ୍ୟ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ତେବେ ୧୮ ପରେ ରାଜ୍ୟରେ ପାଣିପାଗରେ ଉନ୍ନତି ଘଟିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସୋମବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ସୁନ୍ଦରଗଡ଼, ସମ୍ବଲପୁର ଓ ବୌଦ୍ଧ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ୮ ଜିଲାକୁ ପ୍ରବଳ ବର୍ଷା ଓ ୧୯ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଦିଆଯାଇଛି। ଏହି ୯ ଜିଲା ହେଲା ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କଟକ, କନ୍ଧମାଳ, ଖୋର୍ଦ୍ଧା ଓ ଗଞ୍ଜାମ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ନିଂ ରହିଛି।
୧୨% ନିଅଣ୍ଟିଆ ବର୍ଷା
ମୌସୁମୀ ନିମ୍ନଚାପ ରେଖା ରବିବାର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଜୈସଲମେରରୁ ବାହାରି କୋଟା, ସିଦ୍ଧ, ଜାମସେଦପୁର, ଦୀଘା ହୋଇ ପୂର୍ବ ଓ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଫଳରେ ୨୪ ଘଣ୍ଟାରେ ରାଜ୍ୟରେ ୧.୬ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ତୁଳନାରେ ୮୧ ପ୍ରତିଶତ କମ୍‌। ଏପରିସ୍ଥିତିରେ ରାଜ୍ୟରେ ଦୁର୍ବଳ ଥିବା ମୌସୁମୀ ପୁନଃ ସକ୍ରିୟ ହୋଇଛି। ପହିଲାରୁ ବର୍ଷା ପରିମାଣ ବଢ଼ିଥିଲେ ସୁଦ୍ଧା ଏବେବି ନିଅଣ୍ଟିଆ ରହିଛି। ମୌସୁମୀଜନିତ ବର୍ଷା ୮୯୦ ମିମି ରେକର୍ଡ ହୋଇଛି । ସ୍ବାଭାବିକ ବର୍ଷା ୧୦୦୯.୭ ମିମି ଠାରୁ ୧୨% କମ୍‌ ବର୍ଷା ହୋଇଛି ଅର୍ଥାତ୍‌ ରାଜ୍ୟରେ ୮୯୦ ମିମି ରେକର୍ଡ କରାଯାଇଛି। ୨୧ ଜିଲାରେ ସ୍ଥିତି ସ୍ବାଭାବିକ ରହିଥିବାବେଳେ ୯ ଜିଲାରେ ଅଭାବୀ ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?