୧୨ରେ ଘୂର୍ଣ୍ଣିବଳୟ: ଆଜି ୧୯ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୧।୯(ଅନୁରାଧା ମହାରଣା): ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାଶର୍‌ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଛି। ଫଳରେ ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ୩ ଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି। ରବିବାର ମାତ୍ର କିଛି ଜିଲାକୁ ବାଦ୍‌ଦେଲେ ଅନ୍ୟ ଜିଲାଗୁଡ଼ିକରେ ପାଗ ଶୁଖିଲା ରହିଥିଲା। ତେବେ ଲଘୁଚାପ ପ୍ରଭାବରେ ୧୩ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୬ ବେଳକୁ ବର୍ଷା ସାମାନ୍ୟ ହ୍ରାସ ପାଉଥିଲେ ମଧ୍ୟ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ତେବେ ୧୮ ପରେ ରାଜ୍ୟରେ ପାଣିପାଗରେ ଉନ୍ନତି ଘଟିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସୋମବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ସୁନ୍ଦରଗଡ଼, ସମ୍ବଲପୁର ଓ ବୌଦ୍ଧ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ୮ ଜିଲାକୁ ପ୍ରବଳ ବର୍ଷା ଓ ୧୯ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଦିଆଯାଇଛି। ଏହି ୯ ଜିଲା ହେଲା ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କଟକ, କନ୍ଧମାଳ, ଖୋର୍ଦ୍ଧା ଓ ଗଞ୍ଜାମ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ନିଂ ରହିଛି।
୧୨% ନିଅଣ୍ଟିଆ ବର୍ଷା
ମୌସୁମୀ ନିମ୍ନଚାପ ରେଖା ରବିବାର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଜୈସଲମେରରୁ ବାହାରି କୋଟା, ସିଦ୍ଧ, ଜାମସେଦପୁର, ଦୀଘା ହୋଇ ପୂର୍ବ ଓ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଫଳରେ ୨୪ ଘଣ୍ଟାରେ ରାଜ୍ୟରେ ୧.୬ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ତୁଳନାରେ ୮୧ ପ୍ରତିଶତ କମ୍‌। ଏପରିସ୍ଥିତିରେ ରାଜ୍ୟରେ ଦୁର୍ବଳ ଥିବା ମୌସୁମୀ ପୁନଃ ସକ୍ରିୟ ହୋଇଛି। ପହିଲାରୁ ବର୍ଷା ପରିମାଣ ବଢ଼ିଥିଲେ ସୁଦ୍ଧା ଏବେବି ନିଅଣ୍ଟିଆ ରହିଛି। ମୌସୁମୀଜନିତ ବର୍ଷା ୮୯୦ ମିମି ରେକର୍ଡ ହୋଇଛି । ସ୍ବାଭାବିକ ବର୍ଷା ୧୦୦୯.୭ ମିମି ଠାରୁ ୧୨% କମ୍‌ ବର୍ଷା ହୋଇଛି ଅର୍ଥାତ୍‌ ରାଜ୍ୟରେ ୮୯୦ ମିମି ରେକର୍ଡ କରାଯାଇଛି। ୨୧ ଜିଲାରେ ସ୍ଥିତି ସ୍ବାଭାବିକ ରହିଥିବାବେଳେ ୯ ଜିଲାରେ ଅଭାବୀ ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri