ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ଅଳ୍ପ କିଛି ସ୍ଥାନରେ କୁଆପଥର ବୃଷ୍ଟିର ସମ୍ଭାବନା ରହିଛି। ଏହି ସମୟରେ ଝଟକା ପବନର ବେଗ ୪୦ରୁ ୫୦ କିମି ପ୍ରତି ଘଣ୍ଟା ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ଉପର ବାୟୁମଣ୍ଡଳରେ ବାୟୁ ପ୍ରବାହରେ ଅସଙ୍ଗତି ଏବଂ ଟ୍ରଫଲାଇନ ଅର୍ଥାତ୍‌ ନିମ୍ନଚାପ ରେଖା ପ୍ରଭାବରେ ଏହି ବର୍ଷା ହେବା ସମ୍ଭାବନା ଦେଖାଦେଇଛି।

ମାର୍ଚ୍ଚ ମାସ ଅଧା ନ ହେଉଣୁ ଓଡ଼ିଶାରେ କଲବଲ କରୁଛି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ଗୁରୁବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଚଳିତ ସିଜନରେ ପ୍ରଥମ ଥର ପାଇଁ ରାଜ୍ୟର ପାରଦ ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୦.୮ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ ହୋଇଥିବା ବେଳେ ହୀରାକୁଦରେ ତାପମାତ୍ରା ୩୯.୨ ଡିଗ୍ରୀ ରହିଛି।

ସେହିପରି ସମ୍ବଲପୁର ଓ ସୁନ୍ଦରଗଡ଼ରେ ପାରଦ ୩୯ ଡିଗ୍ରୀ ଛୁଇଁଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୩୮.୬ ଡିଗ୍ରୀ ଏବଂ କଟକରେ ୩୫.୬ ଡିଗ୍ରୀ ତାପମାତ୍ରା ଅନୁଭୂତ ହୋଇଛି।

ରାଜ୍ୟର ପ୍ରାୟ ୨୫ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପାରଦ ଆହୁରି ୨ ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ

ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର…

ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….

ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା…

ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି।…

ଲୋକମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି! ଯୁଦ୍ଧ ଭିତରେ ଭାରତ ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୩।୩: ଇରାନ ଯୁଦ୍ଧର ପ୍ରଭାବ ଭାରତରେ ମଧ୍ୟ ଅନୁଭୂତ ହେଉଛି। ଏଲପିଜି ସିଲିଣ୍ଡରକୁ ନେଇ ବ୍ୟାପକ ଆତଙ୍କ ଦେଖାଦେଇଛି। ଗ୍ୟାସର କଳାବଜାରୀ ଶୀର୍ଷରେ ପହଞ୍ଚିଛି। ସାଧାରଣ ଜନତା…

ଟି-୨୦ ବିଶ୍ୱକପ୍‌ ବିଜୟ ପରେ ଶ୍ରୀଲଙ୍କା, ଆୟର୍ଲାଣ୍ଡ ଗସ୍ତ କରିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୩।୩: ଟି-୨୦ ବିଶ୍ୱକପ୍‌ ବିଜୟ ପରେ ଟିମ୍‌ ଇଣ୍ଡିଆର ବ୍ୟସ୍ତ କାର୍ଯ୍ୟସୂଚୀ ରହିଛି। ରିପୋର୍ଟ ଅନୁସାରେ, ଭାରତୀୟ ଦଳ ଶ୍ରୀଲଙ୍କା ଏବଂ ଆୟର୍ଲାଣ୍ଡ ଗସ୍ତ କରି ଟି-୨୦…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ମିଳିବ ଶାରୀରିକ….

ଭୁବନେଶ୍ବର,୧୩।୩: ସୁରୁଖୁରୁରେ ଚାଲିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସଙ୍ଗରେ ଆଲୋଚନା…

ବିପଦରେ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ, କଟକଣା ସତ୍ତ୍ୱେ ପଶି ଆସୁଛନ୍ତି…

କେନ୍ଦ୍ରାପଡ଼ା,୧୩ା୩ (ଜଗନ୍ନାଥ ଧଳ): ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ପ୍ରଜନନ ସ୍ଥଳ ଗହୀରମଥା ଏବେ ପ୍ରକୃତିର କ୍ରୋଧ ସହ କୃତ୍ରିମ ବିପଦ ସହିତ ଲଢ଼ୁଛି। ବିଶ୍ୱପ୍ରସିଦ୍ଧ ଏହି ଏନ୍ତୁଡ଼ିଶାଳରେ…

ଯୁଦ୍ଧକୁ ଡେଇଁବ ଫ୍ରାନ୍ସ! ହରଡଘଣାରେ ଇରାନ

ନୂଆଦିଲ୍ଲୀ,୧୩।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଏକ ଭୟଙ୍କର ସଂଘର୍ଷ ଜାରି ରହିଛି। ମିଳିତ ଭାବରେ କାର୍ଯ୍ୟ କରି ଆମେରିକା ଏବଂ ଇସ୍ରାଏଲ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri