କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଏହି ସୂଚନା ଜାରି କରାଯାଇଛି। ଗୁରୁବାର ଅପରାହ୍ନରୁ ଶୁକ୍ରବାର ସକାଳ ସାଢେ ୮ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର, ଭଦ୍ରକ ଆଦି ୧୯ଟି ଜିଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ସହିତ ପବନର ବେଗ ୩୦ରୁ ୪୦ କି.ମି ରହିବାର ସମ୍ଭାବନା ରହିଛି। ଏନେଇ ଉପରୋକ୍ତ ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ଅଧିକ ସମ୍ଭାବନା ରହିଛି। କୁଆପଥର ବର୍ଷା ହେବାର ମଧ୍ୟ ସତର୍କ ସୂଚନା ଦିଆଯାଇଛି। ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୮ ଓ ୧୯ ତାରିଖରେ ବର୍ଷା ଏବଂ ୨୦ ତାରିଖରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri