କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଏହି ସୂଚନା ଜାରି କରାଯାଇଛି। ଗୁରୁବାର ଅପରାହ୍ନରୁ ଶୁକ୍ରବାର ସକାଳ ସାଢେ ୮ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର, ଭଦ୍ରକ ଆଦି ୧୯ଟି ଜିଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ସହିତ ପବନର ବେଗ ୩୦ରୁ ୪୦ କି.ମି ରହିବାର ସମ୍ଭାବନା ରହିଛି। ଏନେଇ ଉପରୋକ୍ତ ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ଅଧିକ ସମ୍ଭାବନା ରହିଛି। କୁଆପଥର ବର୍ଷା ହେବାର ମଧ୍ୟ ସତର୍କ ସୂଚନା ଦିଆଯାଇଛି। ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୮ ଓ ୧୯ ତାରିଖରେ ବର୍ଷା ଏବଂ ୨୦ ତାରିଖରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri