ଡିସେମ୍ବରରେ ବାତ୍ୟା ଭୟ: ୩୦ ବେଳକୁ ସ୍ପଷ୍ଟ ହେବ

ଭୁବନେଶ୍ୱର,୨୮।୧୧(ଅନୀଲ ଦାସ):ଓଡ଼ିଶାକୁ ଡିସେମ୍ବରରେ ବାତ୍ୟା ବିପଦ ଆଶଙ୍କା ରହିଛି। ପାରାଦୀପଠାରୁ ପ୍ରାୟ ୨ ହଜାର କିଲୋମିଟର ଦୂର ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଧୀରେ ଧୀରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତିକରି ଆସନ୍ତା ୨୯ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ(ଡିପ୍ରେସନ)ରେ ପରିଣତ ହେବ। ଏହା ପରେ ଅବପାତ ଉତ୍ତର ପୂର୍ବ ଦିଗକୁ ଗତି କରିବ। ଏହାର ୪୮ ଘଣ୍ଟା ପରେ ଅବପାତ ଆହୁରି ବଳଶାଳୀ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତା ଡିସେମ୍ବର ୧ କିମ୍ବା ୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବାତ୍ୟାର ବେଗ ଓ ଗତିପଥ କେଉଁ ଆଡ଼କୁ ହେବ ତାହା ଆସନ୍ତା ୩୦ ତାରିଖ ସୁଦ୍ଧା ସ୍ପଷ୍ଟ ହେବ। ତେବେ କେତେକ ବେସରକାରୀ ପାଣିପାଗ ବିଜ୍ଞାନ ସଂସ୍ଥା ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ବାତ୍ୟା ଆସନ୍ତା ୫ କିମ୍ବା ୬ ତାରିଖ ବେଳକୁ ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ଦେଇ ବାଂଲାଦେଶ କିମ୍ବା ମ୍ୟାନ୍‌ମାର ଆଡ଼କୁ ଯିବ। ବାତ୍ୟା ଓଡ଼ିଶା ଉପକୂଳ ଦେଇ
ଗତି କରିବା ବେଳେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଜିଲା ଉପରେ ଏହାର ପ୍ରଭାବ ପଡ଼ିବା ସମ୍ଭାବନା ରହିଛି। ବାତ୍ୟାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୫୦ କି.ମି. ହେବ ବୋଲି ପୂର୍ବାନୁମାନ କରାଯାଉଛି।
ସମ୍ଭାବ୍ୟ ବାତ୍ୟା ଚାଷୀଙ୍କ ମନରେ ଛନକା ପୂରାଇ ଲାଣି। ଚଳିତ ବର୍ଷ ଡେରିରେ ବର୍ଷା ହୋଇଥିବାରୁ ଚାଷ କାର୍ଯ୍ୟ ମଧ୍ୟ ବିଳମ୍ବ ହୋଇଛି। ଉପକୂଳ ଜିଲାଗୁଡ଼ିକରେ କେତେକ ବ୍ଲକରେ ପାଚିଲା ଧାନ ବିଲରେ ପଡି ରହିଛି। ବର୍ଷାଭାବ ଯୋଗୁ ଧାନ ଚାଷ ହୋଇ ପାରି ନ ଥିବା ଅଞ୍ଚଳରେ ବିରି, ମୁଗ ଭଳି ରବି ଜାତୀୟ ଫସଲ ଉପରେ ଚାଷୀ ଭରସା କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଭୟ ଚାଷୀଙ୍କୁ ଚିନ୍ତାରେ ପକାଇଛି।
ଓଡ଼ିଶା ଉପକୂଳକୁ ସାଧାରଣତଃ ସେପ୍ଟେମ୍ବର କିମ୍ବା ଅକ୍ଟୋବର ମାସରେ ବାତ୍ୟାର ଭୟ ଥାଏ। ବାତ୍ୟା ଯଦି ଓଡ଼ିଶା ଉପକୂଳ ଅତିକ୍ରମ କରିବ ଡିସେମ୍ବରରେ ରାଜ୍ୟ ପାଇଁ ଏହା ପ୍ରଥମ ଘଟଣା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। ଅନ୍ୟପକ୍ଷରେ କାର୍ତ୍ତିକମାସ ଶେଷ ହୋଇଥିଲେ ମଧ୍ୟ ଶୀତର ପ୍ରକୋପ ବୃଦ୍ଧି ପାଉନାହିଁ। ନଭେମ୍ବର ମାସରେ ସର୍ବନିମ୍ନ ତାପମାତ୍ରା କେତେକ ସ୍ଥାନରେ ୧୦ ଡିଗ୍ରୀକୁ ଖସି ଆସୁଥିବା ବେଳେ ଚଳିତବର୍ଷ ୧୩ରୁ ୧୫ ଡିଗ୍ରୀ ଉପରେ ରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝର ୧୨.୨, ରାଉରକେଲା ୧୩.୮, ଫୁଲବାଣୀ ୧୪, ଅନୁଗୋଳ ୧୪, ସୁନ୍ଦରଗଡ ୧୪, ଦାରିଙ୍ଗିବାଡି ୧୪, ଝାରସୁଗୁଡା ୧୪.୨ ଏବଂ ମାଲକାନଗିରିରେ ସର୍ବନିମ୍ନ ତାପମାତ୍ରା ୧୫.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri