କିଛି ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩ା୪: ଆସନ୍ତା କିଛି ଘଣ୍ଟା ଭିତରେ ରାଜ୍ୟର କିଛି ଜିଲାରେ କାଳବୈଶାଖୀର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାରୁ ଜଣାପଡ଼ିଛି। ରାଜ୍ୟର ମୁଖ୍ୟତଃ ୭ ଜିଲାକୁ କାଳବୈଶାଖୀ ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ଜିଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼, ଦେବଗଡ଼, ନବରଙ୍ଗପୁରରେ କାଳବୈଶାଖୀ ପ୍ରଭାବରେ ଝଡ଼ ପବନ ହେବାର ଆଶଙ୍କା ରହିଛି। ଏହି ସମୟ ମଧ୍ୟରେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚାଇ ଦିଆଯାଇଛି।

କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ବିଜୁଳି ଘଡଘଡି ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ ।

ଆସନ୍ତା ଏପ୍ରିଲ ୩ରେ କାଳବେଶାଖୀ ବର୍ଷାକୁ ନେଇ ୯ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲା ହେଉଛି: ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ କୋରାପୁଟ । ସେହିଭଳି ୟେଲୋ ଆଲର୍ଟ ଜାରି କରାଯାଇଥିବା ୫ ଜିଲା ହେଉଛି ବରଗଡ, ସୋନପୁର, ବଲାଙ୍ଗିର, ନୂଆପଡା ଓ ମାଲକାନଗିରି ।

ସେହିଭଳି ଏପ୍ରିଲ ୪ରୁ ୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଓ ପବନ ସହ କୁଆପଥର ବର୍ଷା ହେବା ନେଇ ୮ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୨ ଜିଲାକୁ ୟେଲୋ ଜୋନରେ ରଖାଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲା ହେଉଛି: ମାଲକାନାଗିରି, କୋରାପୁଟ, ରାୟଗଡ, ଅନୁଗୁଳ, କେଉଁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ବର । ସେହିଭଳି ୟେଲୋ ଜୋନରେ ଥିବା ୧୨ ଜିଲା ହେଉଛି: ଗଞ୍ଜାମ, ଗଜପତି, କନ୍ଧମାଳ, ବେଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂପୁର ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?