ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ ଦହଗଞ୍ଜ କରୁଛି। ଅକ୍ଟୋବର ମାସରେ ପ୍ରଚଣ୍ଡ ରୌଦ୍ରତାପ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବାବେଳେ ପାଣିପାଗର ଏପରି ଅସ୍ବାଭାବିକ ସ୍ଥିତି ଲୋକଙ୍କ ମନରେ ନାନା ଆଶଙ୍କା ସୃଷ୍ଟି କରିଛି। ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମଙ୍ଗଳବାର ୫ଟି ସହରର ତାପମାତ୍ରା ୩୬ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିଲା। ଚାନ୍ଦବାଲିରେ ସର୍ବାଧିକ ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଢେଙ୍କାନାଳ ୩୬.୩ ଡିଗ୍ରୀ, ପୁରୀ, ନୟାଗଡ଼ ଓ ପାରଳାଖେମୁଣ୍ଡିରେ ୩୬ ଡିଗ୍ରୀ ରହିଥିଲା। ବିଶେଷକରି ଗତ କିଛିଦିନ ଧରି ପୁରୀରେ ଦିନ ତାପମାତ୍ରା ଅସ୍ବାଭାବିକ ଭାବେ ବଢି ଚାଲିଛି। ମାସ ଆରମ୍ଭରୁ ୨ ତାରିଖରେ ଏଠାରେ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ୪ ତାରିଖରେ ୩୬.୨ ଡିଗ୍ରୀ, ୫ ତାରିଖରେ ୩୬.୬ ଡିଗ୍ରୀ ଏବଂ ୬ ତାରିଖ ମଙ୍ଗଳବାର ୩୬ ଡିଗ୍ରୀ ରହିଥିଲା।
ସେହିପରି ଅନୁଗୋଳରେ ୩୫.୭ ଡିଗ୍ରୀ, ଟିଟିଲାଗଡ଼ ୩୫.୫ ଡିଗ୍ରୀ, ଭୁବନେଶ୍ୱର ଓ ବାଲେଶ୍ୱରରେ ୩୫.୪ ଡିଗ୍ରୀ, ସୋନପୁର ୩୫.୩ ଡିଗ୍ରୀ, ଛତ୍ରପୁର, ତାଳଚେର ଓ ବଲାଙ୍ଗୀରରେ ୩୫.୨ ଡିଗ୍ରୀ, ଗୋପାଳପୁର ୩୫.୧ ଡିଗ୍ରୀ, କଟକ, ଭଦ୍ରକ, ଖୋର୍ଦ୍ଧା, ବାରିପଦା ଓ ଝାରସୁଗୁଡାରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।
ଅନ୍ୟପକ୍ଷରେ ବୁଧବାର ଓ ଗୁରୁବାର ଝଡ଼ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ ଦୁଇଦିନ ପରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?