ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଜାରି ରହିଛି । ଆଗାମୀ ୪ ଦିନ ଅର୍ଥାତ୍‌ ଏପ୍ରିଲ ୧୦ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମଙ୍ଗଳବାର ରାଜ୍ୟର ୭ ଜିଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକକୁ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ପବନର ବେଗ ୫୦ରୁ ୬୦ କି.ମି. ରହିବ। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼ ଏବଂ କେନ୍ଦୁଝର ଜିଲାକୁ ଘଡ଼ଘଡ଼ି ସହିତ ବର୍ଷା ଓ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାବାଦ୍‌ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।
କାଳବୈଶାଖୀ ପ୍ରଭାବରେ ସୋମବାର ରାଜଧାନୀ ଭୁବନେଶ୍ୱରରେ ବର୍ଷା ଓ ପବନ ହୋଇଥିଲା। ସେହିପରି ନୟାଗଡ଼ ଜିଲା ଦଶପଲ୍ଲା, ବଲାଙ୍ଗୀର ଜିଲା ପାଟଣାଗଡ଼, କଟକ ଜିଲାର ଆଠଗଡ଼, କଳାହାଣ୍ଡି ଜିଲାର ଧର୍ମଗଡ ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ତୋଫାନ ସହିତ କିଛି ସ୍ଥାନରେ କୁଆପଥର ମାଡ଼ ହୋଇଥିବା ସୂଚନା ମିଳିଛି। ଅପରପକ୍ଷେ ବର୍ଷା ପାଇଁ ତାପମାତ୍ରା କମିବାରେ ଲାଗିଛି। ବୌଦ୍ଧରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୮.୩ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବଲାଙ୍ଗୀର ୩୭.୨ ଡିଗ୍ରୀ, ହୀରାକୁଦ ୩୬.୮, ଭବାନୀପାଟଣା ୩୬.୫, ସମ୍ବଲପୁର ୩୬.୨, ସୋନପୁର ୩୬.୨ ଏବଂ ପାରଳାଖେମୁଣ୍ଡିରେ ୩୬ ଡିଗ୍ରୀ ରହିଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri