୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ଓ ଝଡ଼ତୋଫାନ ହୋଇଥିବାରୁ ପାରଦ ସାମାନ୍ୟ ଖସିଛି। ରବିବାର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୧.୧ ଡିଗ୍ରୀ, ବୌଦ୍ଧ ୪୦.୮, ଭବାନିପାଟଣା ୪୦.୧ ଓ ଟିଟିଲାଗଡ଼ରେ ୪୦ ଡିଗ୍ରୀ ରହିଥିଲା। ତେବେ ସନ୍ଧ୍ୟାରେ ବର୍ଷା ଆଶ୍ୱସ୍ତି ଦେଇଛି। କେନ୍ଦୁଝରଗଡ଼ରେ ସର୍ବାଧିକ ୨୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡ଼ି, ବାଲେଶ୍ୱର, ବାରିପଦା, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରେ ମଧ୍ୟ ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ଓ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ପବନ ବହିବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିଭଳି ଏହିଦିନ ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ମଧ୍ୟ ଝଡ଼ବର୍ଷା ହେବାକୁ ଥିବାରୁ ଏସବୁ ସ୍ଥାନରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ଏଥିସହିତ କୋରାପୁଟ, ଗଜପତି, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ସମସ୍ତ ଜିଲାରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ୫ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ୪୦ରୁ ୫୦ କି.ମି. ବେଗରେ ପବନ ସହ ବଜ୍ରପାତ ହେବ। ସେଥିପାଇଁ ଏ ସମସ୍ତ ଜିଲାରେ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ୬ରୁ ୭ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ରେ ୩୦ରୁ ୪୦ କି.ମି. ବେଗରେ ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri