୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ଓ ଝଡ଼ତୋଫାନ ହୋଇଥିବାରୁ ପାରଦ ସାମାନ୍ୟ ଖସିଛି। ରବିବାର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୧.୧ ଡିଗ୍ରୀ, ବୌଦ୍ଧ ୪୦.୮, ଭବାନିପାଟଣା ୪୦.୧ ଓ ଟିଟିଲାଗଡ଼ରେ ୪୦ ଡିଗ୍ରୀ ରହିଥିଲା। ତେବେ ସନ୍ଧ୍ୟାରେ ବର୍ଷା ଆଶ୍ୱସ୍ତି ଦେଇଛି। କେନ୍ଦୁଝରଗଡ଼ରେ ସର୍ବାଧିକ ୨୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡ଼ି, ବାଲେଶ୍ୱର, ବାରିପଦା, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରେ ମଧ୍ୟ ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ଓ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ପବନ ବହିବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିଭଳି ଏହିଦିନ ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ମଧ୍ୟ ଝଡ଼ବର୍ଷା ହେବାକୁ ଥିବାରୁ ଏସବୁ ସ୍ଥାନରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ଏଥିସହିତ କୋରାପୁଟ, ଗଜପତି, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ସମସ୍ତ ଜିଲାରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ୫ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ୪୦ରୁ ୫୦ କି.ମି. ବେଗରେ ପବନ ସହ ବଜ୍ରପାତ ହେବ। ସେଥିପାଇଁ ଏ ସମସ୍ତ ଜିଲାରେ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ୬ରୁ ୭ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ରେ ୩୦ରୁ ୪୦ କି.ମି. ବେଗରେ ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେରିଲେ ଏର୍ଣ୍ଣାକୁଲମ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର...

ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭...

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ଆଳି,୭।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋକୁ ଜଣେ ଯୁବକ ସୋସିଆଲ ମିଡିଆରେ ଭାଇରଲ କରିଥିବା ଅଭିଯୋଗ ଆସିଛି। ଅଭିଯୋଗକୁ...

ବାରବାଟୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ ଅଫିସ,୧୦।୬: ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ସୁନୀଲ ବଂଶଲ।ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି,...

ବାଲୁକା କଳା ମାଧ୍ୟମରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୧।୧(ବ୍ୟୁରୋ):ପୁରୁଣା ବର୍ଷକୁ ବିଦାୟ ଦେଇ ପାଦ ଥାପିଛି ନୂଆବର୍ଷ। ନୂଆବର୍ଷ ପାଳନ ନେଇ ସବୁଆଡେ ଉତ୍ସବ ଓ ଉଦ୍ଦୀପନାର ପରିବେଶ। ନାଚଗୀତ ସହ ଆନନ୍ଦରେ...

ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ...

ସରକାରୀ ସ୍କୁଲ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବିଧାନସଭାରେ ହଟ୍ଟଗୋଳ, ଗୃହରେ ବିବୃତି ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ସରକାରୀ ସ୍କୁଲ ଛାତ୍ରୀନିବାସରେ ଚାରି ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି...

କରୋନାରେ ଚାଲିଗଲା ପୋଲିସ ଇନ୍ସପେକ୍ଟରଙ୍କ ଜୀବନ

ବଲାଙ୍ଗୀର ଅଫିସ୍‌,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍‌ ସେଲ୍‌ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ...

Advertisement
Archives

Model This Week