Posted inରାଜ୍ୟ

କାଳବୈଶାଖୀ ପ୍ରଭାବରେ ରବିବାର, ସୋମବାର ଏହି ସବୁ ଜିଲାରେ ବର୍ଷା ସମ୍ଭାବନା, ଆସନ୍ତା ୩ଘଣ୍ଟା ପାଇଁ ୬ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୭।୪: ସମଗ୍ର ରାଜ୍ୟରେ ପ୍ରବଳ ତାତି ପରେ କାଳବୈଶାଖୀ ପ୍ରଭାବରେ ପାଗ ସାମାନ୍ୟ ଥଣ୍ଡା ପଡ଼ିବାକୁ ଯାଉଛି। ରବିବାର ଅପରାହ୍ନ ଠାରୁ ଆସନ୍ତା ୩ ଘଣ୍ଟା ମଧ୍ୟରେ କୋରାପୁଟ, ରାୟାଗଡା, କାନ୍ଧାମାଲ୍, ଗଞ୍ଜାମ, କଟକ ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ବଜ୍ରପାତ ଏବଂ ହାଲୁକା ରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥିତିକୁ ଦେଖି ପ୍ରଭାବିତ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଉତ୍ତର ତାମିଲନାଡୁ ପର୍ଯ୍ୟନ୍ତ ଛତିଶଗଡ, ବିଦର୍ଭ, ମରାଠୱାଡା, ଆଭ୍ୟନ୍ତରୀଣ କର୍ଣ୍ଣାଟକ ଦେଇ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ୍ ଲମ୍ବିଛି। ଏହାର ପ୍ରଭାବରେ ସୋମବାର ସକାଳ ସୁଦ୍ଧା ଉତ୍ତର ଓଡ଼ିଶା, ବୌଦ୍ଧ, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ନୟାଗଡ଼, ପୁରୀ ଏବଂ ଓଡ଼ିଶାର ଅନ୍ୟାନ୍ୟ ଗୋଟିଏ ଦୁଇଟି ଅଞ୍ଚଳରେ ହାଲୁକରୁ ମଧ୍ୟ ଧରଣର ବର୍ଷ ସହିତ ବିଜୁଳି ଘଡ଼ଘଡ଼ି ମଧ୍ୟ ହେବାର ସମ୍ଭାବନା ରହିଛି। ଏଥି ସହିତ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ବ୍ୟତୀତ ଅନୁଗୁଳ, କଟକ , ନୟାଗଡ, ମୟୁରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଏବଂ ବାଲେଶ୍ୱରରେ ୪୦ରୁ ୫୦ କିମି ବେଗରେ ପବନ ସହିତ କୁଆ ପଥର ହେବାର ମଧ୍ୟ ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି କାଳବୈଶାଖୀ ପ୍ରଭାବରେ ସୋମବାରରୁ ମଙ୍ଗଳବାର ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ,ଦେଓଗଡ଼, ସମ୍ବଲପୁର, ନୟାଗଡ, ସୋନପୁର, ଗଂଜାମ, କନ୍ଧମାଳ, ଗଜପତି, ରାୟଗଡା ଏବଂ କଳାହାଣ୍ଡିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri