ବଜ୍ରପାତ ସହ ବର୍ଷା: ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬ା୯ (ଅନୁରାଧା ମହାରଣା):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଦୁଇଦିନ ଧରି ଉତ୍ତର ଦିଗରେ ଗତି କରିବ। ଏହାର ପ୍ରଭାବରେ ଗୁରୁବାରଠାରୁ ବର୍ଷା ପରିମାଣ ବଢିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ନେଇ ୧୦ ଜିଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଏବଂ ନବରଙ୍ଗପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ବଜ୍ରପାତ ଓ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ମୟୂରଭଞ୍ଜକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ସତର୍କତା ଜାରି ହୋଇଛି। ଏହିସବୁ ଜିଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତ୍‌ସିଂହପୁରକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri