ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର କ୍ରିକେଟରୁ ଖୁବ ନିକଟରୁ ଅନୁସରଣ କରୁଥିଲେ। ବିଶେଷକରି ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କର ସେ ଜଣେ ବଡ଼ ପ୍ରଶଂସକ ଥିଲେ।
ଏକ ସାକ୍ଷାତକାରରେ ନାନା କହିଥିଲେ, ବିରାଟ କୋହଲି ଏପରି ଜଣେ ଖେଳାଳି, ଯାହାଙ୍କୁ ସେ ହୃଦୟରୁ ପସନ୍ଦ କରନ୍ତି। ବିରାଟ ଶୀଘ୍ର ଆଉଟ ହୋଇଗଲେ ତାଙ୍କୁ ବହୁତ ଖରାପ ଲାଗୁଥିଲା। ଏପରିକି ବିରାଟ ଶୀଘ୍ର ଆଉଟ ହୋଇଗଲେ ପରେ ତାଙ୍କୁ ଖାଇବାକୁ ମଧ୍ୟ ଇଚ୍ଛା ହେଉ ନ ଥିଲା।

ସେହି ସାକ୍ଷାତକାରରେ ନାନା ପାଟେକର ଫିଲ୍ମ ତିଆରି କରିବା ପ୍ରକ୍ରିୟାକୁ କ୍ରିକେଟ ମ୍ୟାଚ ସହ ତୁଳନା କରିଥିଲେ। ତାଙ୍କ କହିବା ଅନୁସାରେ, ଟେଷ୍ଟ କ୍ରିକେଟ ମ୍ୟାଚ ୫ ଦିନ ଧରି ଚାଲେ। କିନ୍ତୁ ଗୋଟିଏ ଫିଲ୍ମ ତିଆରି କରିବାର ‘ମ୍ୟାଚ’ ପ୍ରାୟ ଦେଢ଼ରୁ ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଥାଏ। କ୍ରିକେଟ ମ୍ୟାଚ୍‌ର ଫଳାଫଳ ଟିମ ଓ ଖେଳାଳିଙ୍କ ପ୍ରଦର୍ଶନ ଉପରେ ନିର୍ଭର କରେ। ହେଲେ ଫିଲ୍ମ ମେକିଂର ଫଳାଫଳ ଦର୍ଶକ ନିର୍ଦ୍ଧାରଣ କରନ୍ତି।
ନାନା ପାଟେକର କେବଳ କ୍ରିକେଟ ପ୍ରତି ନିଜର ଭଲପାଇବା ପାଇଁ ନୁହେଁ, ତାଙ୍କ ନିଆରା ଅଭିନୟ ଶୈଳୀ ପାଇଁ ମଧ୍ୟ ସିନେପ୍ରେମୀଙ୍କ ମଧ୍ୟରେ ବେଶ ଲୋକପ୍ରିୟ। ତାଙ୍କ ଦମଦାର ଡାଏଲଗ ଡେଲିଭରି ଓ ଅଭିନୟର ନିଆରା ଶୈଳୀ ତାଙ୍କୁ ଅନ୍ୟ ଅଭିନେତାଙ୍କଠାରୁ ସ୍ବତନ୍ତ୍ର ପରିଚୟ ଦେଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?