ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଫଳରେ ତାତି, ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ରାଜ୍ୟର ଅନେକ ସ୍ଥାନରେ ଝଡ଼ବର୍ଷା  ବଜ୍ରପାତ ହୋଇପାରେ। ବୁଧବାର ରାତି ସୁଦ୍ଧା ବିଭିନ୍ନ ସ୍ଥାନରେ ବର୍ଷା ପବନ ହୋଇଥିବାବେଳେ ଗୁରୁବାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ। ଆସନ୍ତା ୯ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେତେକ ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି।ତେଣୁ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବୁଧବାର ପାରଳାଖେମୁଣ୍ଡି ଓ ନୟାଗଡ଼ରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଥିବାବେଳେ ଛତ୍ରପୁର ଓ ଟିଟିଲାଗଡ଼ରେ ୩୫.୫ ଡିଗ୍ରୀ, ପୁରୀ ୩୫.୪ ଡିଗ୍ରୀ, ଭୁବନେଶ୍ୱର ୩୫.୨ ଡିଗ୍ରୀ, ଚାନ୍ଦବାଲି ୩୫ ଡିଗ୍ରୀ, ଅନୁଗୁଳ ଓ ଝାରସୁଗୁଡା ୩୪.୭ ଡିଗ୍ରୀ, ବାଲେଶ୍ୱର ୩୪.୬ ଡିଗ୍ରୀ, ଭବାନୀପାଟଣା, ଯାଜପୁର ଓ ଭଦ୍ରକରେ ୩୪.୫ ଡିଗ୍ରୀ ଏବଂ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ୨୯ ଡିଗ୍ରୀ ରେକର୍ଡ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?