ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ମଙ୍ଗଳବାର ରାଜ୍ୟର ୨୪ଟି ସହରର ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୩୬.୧ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଏହା ତଳକୁ ଚାନ୍ଦବାଲି ଓ ଅନୁଗୋଳରେ ୩୫.୭ ଡିିଗ୍ରୀ, ଭଦ୍ରକ ୩୫.୬ ଡିଗ୍ରୀ, ବାରିପଦା ୩୫.୪ ଡିଗ୍ରୀ, ରାଉରକେଲା ଓ ଢେଙ୍କାନାଳରେ ୩୫.୧ ଡିଗ୍ରୀ ଛୁଇଁଥିଲା। ତେବେ ବୁଧବାରଠାରୁ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବରଗଡ଼, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ଲାଗି ରହିବ ବୋଲି ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଆସନ୍ତା ୧୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଲେଉଟାଣି ଆରମ୍ଭ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ତେଣୁ ତାପମାତ୍ରା ପୁଣି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?