ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା ଆଦି ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଏଥିପାଇଁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୦ ଓ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ାର ସହ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ିର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri