ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ସମ୍ବଲପୁରରେ ୪୪.୨ ଡିଗ୍ରୀ, ସୁନ୍ଦରଗଡ ୪୧.୮, ହୀରାକୁଦ ୪୩.୬, ବଲାଙ୍ଗୀର ଓ ଟିଟିଲାଗଡ ୪୪, ମାଲକାନଗିରି ୪୧.୬, ସୋନପୁର ୪୨.୧, ବୌଦ୍ଧ ୪୪.୫, ବରଗଡ ୪୧.୪ ଓ ନୂଆପଡାରେ ତାପମାତ୍ରା ୪୩.୨ ଡିଗ୍ରୀ ରହିଥିଲା।

ଶନିବାର ଭଦ୍ରକ, କେନ୍ଦ୍ରାପଡା, ସୁନ୍ଦରଗଡ, ବରଗଡ, ଅନୁଗୋଳ, ସୋନପୁର, ବୌଦ୍ଧ ଓ ନୟାଗଡରେ ପ୍ରବଳ ତାତି ଅନୁଭୂତ ହେବ। ସେଥିପାଇଁ ଏସବୁ ଜିଲାକୁ ହିଟ ୱେଭ୍‌ ସତର୍କ ସୂଚନା ଜାରି କରାଯାଇଛି।

 

ସେହିପରି ସମ୍ବଲପୁର, ବଲାଙ୍ଗୀର ପରି ପଶ୍ଚିମ ଓଡ଼ିଶାର ଜିଲାଗୁହିକରେ ରାତିରେ ଉଷ୍ମତା ଅନୁଭୂତ ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ବାଲେଶ୍ୱର, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର, କଟକ, ଦେବଗଡ, ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାରେ ଉଷ୍ଣ ଓ ଆର୍ଦ୍ର ପାଣିପାଗ ଅର୍ଥାତ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ହିଟ୍‌ୱେଭ୍‌ ନେଇ ସତର୍କ ସୂଚନା ଜାରି କରାଯାଇଥିବାବେଳେ ୧୮ ଜିଲାରେ ଉଷ୍ଣ ଓ ଆର୍ଦ୍ର ଜଳବାୟୁ ଅନୁଭୂତ ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?