ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ସମ୍ବଲପୁରରେ ୪୪.୨ ଡିଗ୍ରୀ, ସୁନ୍ଦରଗଡ ୪୧.୮, ହୀରାକୁଦ ୪୩.୬, ବଲାଙ୍ଗୀର ଓ ଟିଟିଲାଗଡ ୪୪, ମାଲକାନଗିରି ୪୧.୬, ସୋନପୁର ୪୨.୧, ବୌଦ୍ଧ ୪୪.୫, ବରଗଡ ୪୧.୪ ଓ ନୂଆପଡାରେ ତାପମାତ୍ରା ୪୩.୨ ଡିଗ୍ରୀ ରହିଥିଲା।

ଶନିବାର ଭଦ୍ରକ, କେନ୍ଦ୍ରାପଡା, ସୁନ୍ଦରଗଡ, ବରଗଡ, ଅନୁଗୋଳ, ସୋନପୁର, ବୌଦ୍ଧ ଓ ନୟାଗଡରେ ପ୍ରବଳ ତାତି ଅନୁଭୂତ ହେବ। ସେଥିପାଇଁ ଏସବୁ ଜିଲାକୁ ହିଟ ୱେଭ୍‌ ସତର୍କ ସୂଚନା ଜାରି କରାଯାଇଛି।

 

ସେହିପରି ସମ୍ବଲପୁର, ବଲାଙ୍ଗୀର ପରି ପଶ୍ଚିମ ଓଡ଼ିଶାର ଜିଲାଗୁହିକରେ ରାତିରେ ଉଷ୍ମତା ଅନୁଭୂତ ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ବାଲେଶ୍ୱର, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର, କଟକ, ଦେବଗଡ, ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାରେ ଉଷ୍ଣ ଓ ଆର୍ଦ୍ର ପାଣିପାଗ ଅର୍ଥାତ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ହିଟ୍‌ୱେଭ୍‌ ନେଇ ସତର୍କ ସୂଚନା ଜାରି କରାଯାଇଥିବାବେଳେ ୧୮ ଜିଲାରେ ଉଷ୍ଣ ଓ ଆର୍ଦ୍ର ଜଳବାୟୁ ଅନୁଭୂତ ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?