ଭୁବନେଶ୍ୱର,୨୩।୨: ରାଜ୍ୟରେ ଅଦିନିଆ ଝଡ଼ବର୍ଷା ଜାରି ରହିଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ୧୨ ଜିଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅରେଞ୍ଜ ଓ୍ବାର୍ନିଂ ଜିଲାରେ ଘଡଘଡି ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ସେହିପରି ୟେଲୋ ଓ୍ବାର୍ନିଂ ଜିଲାରେ ଘଡଘଡି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ଏନେଇ ଜିଲାପାଳମାନଙ୍କୁ ଚିଠି ଲେଖି ଏସ୍ଆରସି ସତର୍କ କରାଇଛନ୍ତି।