୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ସମ୍ବଲପୁର ଏବଂ ସୋନପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜକନିକାରେ ୧୫ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କୋମନା ୯, ଲମତାପୁଟ ୮, କୋଟ୍ରାଗୁଡା ୮, ରାୟଗଡା ୮, ମାଥିଲି ୮, କୋଟପାଡ ୭, ତିର୍ତ୍ତୋଲ ୭, ନିଆଳି ୭, ମୁନିଗୁଡା ୬, ଆଳିପିଙ୍ଗଳ ୬, ଲାଞ୍ଜିଗଡ ୬, ଛେଣ୍ଡିପଦା ୬, ବିଷମକଟକ ୬, ଧର୍ମଗଡ ୫, କଳାହାଣ୍ଡି ୫, ଯୁଯୁମୁରା ୫, କୁଜଙ୍ଗ ୫ ଏବଂ ମାହାଙ୍ଗାରେ ୫ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଆସନ୍ତା ୯ ତାରିଖରେ ଆଣ୍ଡାମାନ ଉପକୂଳ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ରୁ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ପରିସ୍ଥିତି ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri